ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସଦରବ୍ଲକ ଅନ୍ତର୍ଗତ ବିରୁଡ଼ାରେ ଆଜି କୋଟିଏ ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ଦୁଇଟି ପ୍ରକଳ୍ପ ଶିଳାନ୍ୟାସ ପର୍ବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାକୁ ଶିଳାନ୍ୟାସ କରିଛନ୍ତି । ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ୬୨ଲକ୍ଷ ଟଙ୍କା ବ୍ୟୟରେ ବିରୁଡ଼ା ଆରଆଇ ସେଣ୍ଟର ପାଇଁ ଶିଳାନ୍ୟାସ କରାଯାଇଥିବା ବେଳେ ପୂର୍ତ୍ତ ବିଭାଗ ପକ୍ଷରୁ ୩୮ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ବିରୁଡ଼ା ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ବହୁ ଉପଯୋଗୀ ଗୃହକୁ ଶିଳାନ୍ୟାସ କରାଯାଇଛି । ଏହି କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଉପାଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ସାହୁ, ଜିଲ୍ଲା ପରିଷଦ ସଦସ୍ୟ ସୁବାଷ ଚନ୍ଦ୍ର କହଁର, ଆଶିଷ ଅଗ୍ରୱାଲ, ସରୋଜ ରଣସିଂ, କ୍ଷୀରୋଦ ମହାପାତ୍ର, ଗଙ୍ଗାଧର ପଣ୍ଡା, ତହସିଲଦାର ଭିକାରୀ ସାହୁ, ଆରଡି ଏସଡିଓ ସସ୍ମିତା ମୁଣ୍ଡରି, ଯନ୍ତ୍ରୀ ସଞ୍ଜୀବ କୁମାର ରଥ ପ୍ରମୂଖ ଉପସ୍ଥିତ ରହିଥିଲେ । ଏହି ଅବସରରେ ଅନୁଷ୍ଠିତ ସଭାରେ ନୟାଗଡ଼ ବିଧାୟକ ଡ. ସାହୁ ଏହାର ଶ୍ରେୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦେଇଥିବା ବେଳେ ବିରୁଡ଼ା ବାସୀଙ୍କ ଭଲପାଇବା ପାଇଁ ଏହା ସମ୍ଭବ ହୋଇଥିବା କହିଥିଲେ । ମହିଳାଙ୍କ ହାତରେ ଶାସନ କ୍ଷମତା ଦେଇ ବିରୁଡ଼ା ଆଜି ଦେଶରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରି ପାରିଛି । ନୟାଗଡ଼ ବିକାଶ ଓ ଶାନ୍ତି ପ୍ରତିଷ୍ଠା ପାଇଁ ଅହରହ ସଂଗ୍ରାମ ଜାରି ରହିବ ବୋଲି ବିଧାୟକ ଡ଼ଃ. ସାହୁ କହିଛନ୍ତି । ବିରୁଡ଼ା ସରପଞ୍ଚ ବିଷ୍ଣୁପ୍ରିୟା ସ୍ୱାଇଁ, ସମିତି ସଭ୍ୟା ଶୁଭଲକ୍ଷ୍ମୀ ସାହୁ, ନାଏବ ସରପଞ୍ଚ ସସ୍ମିତା ବିଶ୍ୱାଳ ପ୍ରମୂଖ ମଞ୍ଚରେ ଉପସ୍ଥିତ ଥିଲେ ।
Related posts
-
ବରିଷ୍ଠ କଂଗ୍ରେସ ନେତା,ଦୃଢ ସଙ୍ଗଠକଙ୍କ ପରଲୋକ
ରଣପୁର,(ନୟାଗଡ଼ ଦର୍ପଣ): ରଣପୁର ନିର୍ବାଚନ ମଣ୍ଡଳୀର ଚାନ୍ଦପୁର ଜୋନ୍ (୨୪ନଂ)ର ମୟୁରଝାଲିଆ ପଞ୍ଚାୟତର ତୃଣମୂଳ ସ୍ତରର ଜଣେ ଜଣାଶୁଣା ବିଶିଷ୍ଟ ପ୍ରଭାବଶାଳୀ... -
ବସ ଓ ବାଇକ ଧକ୍କା, ୨ ମୃତ
ରଣପୁର,(ନୟାଗଡ଼ ଦର୍ପଣ): ବସ ଓ ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଖବର ସଂଗ୍ରହରୁ ଜଣାପଡିଛି... -
ଖଣ୍ଡପଡ଼ାରେ ସଙ୍ଗୀତଧାରା ଭକ୍ତିସଙ୍ଗୀତ ପ୍ରତିଯୋଗିତା
ଖଣ୍ଡପଡ଼ା,(ନୟାଗଡ଼ ଦର୍ପଣ): ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ଜିଲ୍ଲାସ୍ତରୀୟ ପ୍ରଥମ ପର୍ଯ୍ୟାୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତା ସାମନ୍ତ ଚନ୍ଦ୍ରଶେଖର ଶିକ୍ଷାକେନ୍ଦ୍ର ଖଣ୍ଡପଡ଼ା ଠାରେ...