ବଂଶୀଧର ଡିଗ୍ରୀ ମହାବିଦ୍ୟାଳୟର ୨୮ତମ ବାର୍ଷିକ ଉତ୍ସବ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ ବ୍ଲକ ଅନ୍ତର୍ଗତ ଇଟାମାଟି ବଂଶୀଧର ଡିଗ୍ରୀ ମହାବିଦ୍ୟାଳୟର ୨୮ତମ ବାର୍ଷିକ ଉତ୍ସବ ଖୁବ ଧୁମଧାମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ନୟାଗଡ ବିଧାୟକ ଡ଼. ଅରୁଣ କୁମାର ସାହୁ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ନୟାଗଡ଼ ପଞ୍ଚାୟତ ସମିତି ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ସଭାପତି ପରିଚାଳନା ସମିତି, ବଂଶୀଧର ମହାବିଦ୍ୟାଳୟ ଶରତ ଚନ୍ଦ୍ର ସାହୁ, ସମାଜସେବୀ ବିଦୁଲତା ସାହୁ, ସମାଜସେଵୀ ପ୍ରଦୀମ୍ନ କୁମାର ସାହୁ, ସରପଞ୍ଚ ସ୍ୱପ୍ନେଶ୍ୱରୀ ସେଠୀ, ସମିତି ସଭ୍ୟା ଗୋଲାପ ରାଣୀ ସେଠୀ, ଜିଲ୍ଲା ପରିଷଦ ସଭ୍ୟ ଆଶିଷ କୁମାର ଅଗ୍ରୱାଲ ପ୍ରମୁଖ ଯୋଗଦେଇଥିଲେ। କଲେଜ ଅଧକ୍ଷ ହରପ୍ରସାଦ ରଣ ସିଂ ସଭାକାର୍ଯ୍ୟ ପରିଚାଳନା କରିଥିଲେ। ମୁଖ୍ୟଅତିଥି ଛାତ୍ର ଛାତ୍ରୀମାନଙ୍କ ଶୈକ୍ଷିକ ଦିଗ ସହିତ ଶୈକ୍ଷିକ ଦକ୍ଷତାର ବିକାଶ କ୍ଷେତ୍ରରେ ମହାବିଦ୍ୟାଳୟର ଗୁରୁତ୍ୱପୂର୍ଣ୍ଣ ରହିଛି ବୋଲି ମତ ପ୍ରକାଶ କରିଥିଲେ। ଏହି ଅବସରରେ ଅତିଥିମାନେ ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ମାନପତ୍ର ଓ ଟ୍ରଫି ଦେଇ ସମ୍ବଦ୍ଧିତ କରିଥିଲେ। ସନ୍ଧ୍ୟାରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବା ସହ କ୍ଷୁଦ୍ର ନାଟକ ‘ଅଲିଭା ନିଆଁ’ ଦର୍ଶକକୁ ଖୁବ ଆକର୍ଷିତ କରିଥିଲା। ମହାବିଦ୍ୟାଳୟ ପରିଚାଳନା କମିଟିର ସମସ୍ତ ସଦସ୍ୟ ସଦସ୍ୟା ଓ ବିଦ୍ୟାଳୟର ଛାତ୍ରଛାତ୍ରୀ ଏହି କାର୍ଯ୍ୟକ୍ରମରେ ସଂପୂର୍ଣ୍ଣ ସହଯୋଗ କରିଥିଲେ।

Related posts