ନୟାଗଡ଼ରେ ୮୮ତମ ଉତ୍କଳ ଦିବସ ମହା ସମାରୋହରେ ପାଳିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସ୍ତରୀୟ ୮୮ତମ ଉତ୍କଳ ଦିବସ ମହା ସମାରୋହରେ ସ୍ଥାନୀୟ ଖେଳ ପଡ଼ିଆରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ, ମୁଖ୍ୟବକ୍ତା ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ସମ୍ମାନିତ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ବେହେରା, ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ, ନୟାଗଡ଼ ମୁନିସିପାଲିଟି ଅଧ୍ୟକ୍ଷା ନିରୂପମା ଖଟେଇ, ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ ପ୍ରମୁଖ ଯୋଗଦାନ କରିଥିଲେ। ଜିଲ୍ଲାପାଳ ରବୀନ୍ଦ୍ରନାଥ ସାହୁଙ୍କ ପୌରହିତ୍ୟରେ ଆୟୋଜିତ ଏହି ସଭାକୁ ନୟାଗଡ଼ ବ୍ଲକ ମଣ୍ଡଳ ଉନ୍ନୟନ ଅଧିକାରୀ ପଦ୍ମଚରଣ ସାହୁ ସଂଯୋଜନା କରିଥିଲେ। ସଭା ପ୍ରାରମ୍ଭରେ ଅତିଥିଭାବେ ପ୍ରଦୀପ ପ୍ରଜ୍ଵଳନ କରି ମହାପୁରୁଷମାନଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବା ପରେ ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତ ଗାନ କରାଯାଇଥିଲା।

ମାଧ୍ୟମିକ ସ୍କୁଲ ସ୍ତରରେ ଶିକ୍ଷା ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ ଓ ଗୁଣାତ୍ମକ କରିବା ଉପରେ ପ୍ରବୀଣ ଶିକ୍ଷକ ତଥା ଦଶପଲ୍ଲା ବ୍ଳକ ଘୋଳାହାଣ୍ଡି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷକ ଭାବେ ଶିକ୍ଷାଦାନ କରୁଥିବା ବାଲାରସେନ୍ ପାତ୍ରଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଦତ୍ତ ରାଜ୍ୟସ୍ତରୀୟ ଶ୍ରେଷ୍ଠ ଶିକ୍ଷକ ସମ୍ମାନରେ ସମ୍ମାନିତ କରିବା ସହିତ ୨୫ହଜାର ଟଙ୍କାର ଏକ ଚେକ ପ୍ରଦାନ କରାଯାଇଥିଲା ଏବଂ ଉତ୍କଲ ଦିବସ ଉପଲକ୍ଷେ ଛାତ୍ରଛାତ୍ରୀଙ୍କୁ ନେଇ ପୂର୍ବରୁ କରାଯାଇଥିବା ବିଭିନ୍ନ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇଥବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ପରବର୍ତ୍ତୀ ପର୍ଯ୍ୟାୟରେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ଖଣ୍ଡପଡା ତହସିଲଦାର ଲିପ୍ସା ରାୟ ଓଡିଶୀ ନୃତ୍ୟ ପରିବେଷଣ କରିଥିବା ବେଳେ ନୟାଗଡ଼ ମହିଳା ମହାବିଦ୍ୟାଳୟର ଛାତ୍ରୀଙ୍କ ଦ୍ୱାରା ନୟାଗଡ଼ ବନ୍ଦନା, ସ୍ୱଚ୍ଛ ନୟାଗଡ଼ ଆଦି ସଙ୍ଗୀତ ନୃତ୍ୟକୁ ଉପସ୍ଥିତ ଦର୍ଶକ ମନଭରି ଉପଭୋଗ କରିଥିଲେ।

Related posts