ଜନ୍ତାଳ ପର୍ବର ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗଦେଲେ ଦଶପଲ୍ଲା ବିଧାୟକ

ନୂଆଗାଁ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ପାରାଢିପି ଗ୍ରାମ ପଞ୍ଚାୟତ ଅଧିନରେ ଥିବା ପୋକସୁଙ୍ଗା ଠାରେ ମା ଚମ୍ପେଶ୍ଵରି ଠାକୁରାଣୀଙ୍କ ଜନ୍ତାଳ ପର୍ବ ଉପଲକ୍ଷେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥିଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ ସାଂସ୍କୃତିକ କାର୍ଯ୍ୟକ୍ରମ ପାଳନର ଉଦ୍ଦେଶ୍ୟ ଓ ଅଞ୍ଚଳର ବିକାଶ ଉପରେ ଗୁରୁତ୍ୱାରୋପ କରିଥିଲେ। ସମ୍ମାନୀତ ଅତିଥିଭାବେ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷାଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା, ଜିଲ୍ଲା ପରିଷଦଙ୍କ ପ୍ରତିନିଧି ଦିଲ୍ଲୀପ କୁମାର ଦଳ ବେହେରା, ଆତ୍ମା ଅଧ୍ୟକ୍ଷ ସଞ୍ଜୟ କୁମାର ସାହୁ, ସରପଞ୍ଚ ବିଭୂତି ଭୂଷଣ ପ୍ରଧାନ, ଜାକେଡା ସମିତି ସଭ୍ୟା ପ୍ରଭାତୀ ମଳିକଙ୍କ ସମେତ ବରିଷ୍ଠ ବ୍ୟକ୍ତି ବିଶେଷ ଯୋଗଦେଇଥିଲେ ।

Related posts