ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ଜସ୍ବସୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୧୦୦ତମ ‘ମନ କି ବାତ୍’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ର ବିଜେପି ନେତ୍ରୀ ତଥା ପୂର୍ବତନ ସାଂସଦ ପ୍ରତ୍ୟୁଷା ରାଜେଶ୍ୱରୀ ସିଂଙ୍କ ନେତୃତ୍ୱରେ ନୟାଗଡ଼ ବ୍ଳକ ନୋତ୍ତର ପଞ୍ଚାୟତର ବଉଳସାହି, ଓଡ଼ଗାଁ ବ୍ଳକ କୁରାଳରେ ଶହ ଶହ ଲୋକଙ୍କୁ ନେଇ ମନ କି ବାତ କାର୍ଯ୍ୟକ୍ରମକୁ ଦେଖିଥିଲେ। ଏହି ଅବସରରେ ପ୍ରତ୍ୟୁଷାଙ୍କ ସଂଗଠନର ପ୍ରମୁଖ କାର୍ଯ୍ୟକର୍ତ୍ତା ତଥା ବିଜେପି ନେତା ସନ୍ତୋଷ ପ୍ରଧାନ, ନସିର ଅହମ୍ମଦ, ପ୍ରହଲ୍ଲାଦ ବରାଡ଼, ସଞ୍ଜୟ ନାୟକ ପ୍ରମୁଖ ପରିଚାଳନା କରିଥିଲେ।
୧୦୦ତମ ‘ମନ କି ବାତ୍’ କାର୍ଯ୍ୟକ୍ରମକୁ ନୟାଗଡ଼ରେ ଉପଭୋଗ କଲେ ଶହ ଶହ ବିଜେପି କର୍ମୀ
