ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ମାସର ପ୍ରଥମ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୋଟ ୮୯ଟି ଅଭିଯୋଗ ଆସିଥିବା ବେଳେ ସେଥିରୁ ୧୦ଟି ଗ୍ରାମ୍ୟ ସମସ୍ୟା ରହିଥିଲା । ବ୍ୟକ୍ତିଗତ ୫୩ ଟି ଅଭିଯୋଗ, ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ପାଇଁ ୨୨ଟି ଓ ରେଡକ୍ରସରୁ ସହାୟତା ପାଇଁ ୪ଟି ଅଭିଯୋଗ ଆସିଥିଲା। ସେଥିମଧ୍ୟରୁ ୩୩ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଛି। ଜିଲ୍ଲାପାଳ ରବିନ୍ଦ୍ର ନାଥ ସାହୁ, ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସୁବାଷ ଚନ୍ଦ୍ର ରାୟ, ଅତିରିକ୍ତ ଏସପି ଉମାକାନ୍ତ ମଲ୍ଲିକ, ଏସଡିପିଓ ସ୍ନେହାଶିଷ ସାହୁ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ମକରନ୍ଦ ବେଉରା ପ୍ରମୁଖ ଯୋଗଦେଇଥିଲେ। ଏହି ଜନଶୁଣାଣି ଶିବିରରେ ନୟାଗଡ଼ ବିଡିଓ ଓ ତହସିଲଦାର ଓ ବିଭାଗୀୟ କର୍ମଚାରୀ ଉପସ୍ଥିତ ରହିଥିଲେ ।

Related posts