ଜିଲ୍ଲାପାଇଁ ଗୌରବ ଆଣିଥିବାରୁ ଜିଲ୍ଲା ପ୍ରଶାସନ ତରଫରୁ ସମ୍ବର୍ଦ୍ଧିତ ହେଲେ ନୋତ୍ତର ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ନୋତରସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟର ସିବିଏସି ଦଶମ ଶ୍ରେଣୀ ପରୀକ୍ଷାରେ ମୋଟ ୮୧ଜଣ ପରୀକ୍ଷା ଦେଇଥିଲେ । ଏଥିରେ ଛାତ୍ରୀ ପ୍ରତ୍ୟାଶା ଶତପଥୀ ୯୮% ମାର୍କ ରଖି ଟପ୍ପର ହୋଇଛନ୍ତି । ପ୍ରତ୍ୟାଶା ରାଜ୍ୟ ସ୍ତରରେ ଟପ୍ପର ହୋଇଛନ୍ତି । ସେ ମୋଟ ୫୦୦ ନମ୍ବରରୁ ୪୯୦ ନମ୍ବର ରଖୁଛନ୍ତି । ସେହିପରି ଭାବେ ଶୁଭକାନ୍ତ ମାଝି ଦ୍ବିତୀୟ
ସ୍ଥାନ ଅଧିକାର କରିଛନ୍ତି । ସେ ୯୭.୨% ମାର୍କ ରଖିଛନ୍ତି। ସେ ରାଜ୍ୟ ସ୍ତରରେ ଚତୁର୍ଥ ସ୍ଥାନ ଅଧିକାର କରିଛନ୍ତି ଦିବେଶ ଦାସ ୯୫.୨% ମାର୍କ ରଖି ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ଉକ୍ତ ବିଦ୍ୟାଳୟରେ ୯୫ ରୁ ୧୦୦ % ମଧ୍ୟରେ ୩ ଜଣ ମେଧାବୀ ଥିବା ବେଳେ ୯୦ ରୁ ୧୦୦% ଭିତରେ ୨୧ ଜଣ ଛାତ୍ରଛାତ୍ରୀ ସଫଳତା ପାଇଛନ୍ତି । ସେହିପରି ଭାବେ ୮୦ ରୁ ୯୦% ୩୦ ଜଣ ଛାତ୍ରଛାତ୍ରୀ
ଉପକୃତ ହୋଇଛନ୍ତି । ସେହିପରି ୬୦ ରୁ ୮୦ % ମାର୍କ ରଖିଛନ୍ତି ୨୭ଜଣ ଛାତ୍ରଛାତ୍ରୀ । ପ୍ରତ୍ୟାଶା ଓଡିଶା ଆଦର୍ଶ ବିଦ୍ୟାଳୟର ରାଜ୍ୟ ଟପ୍ପର ହୋଇ ଜିଲ୍ଲା ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି । ସେହିପରି ନୋତର ଆଦର୍ଶ ବିଦ୍ୟାଳୟର ଦ୍ବାଦଶ ଶ୍ରେଣୀ ଛାତ୍ର ଉଦିତାଶୁ ମିଶ୍ର ୮୯.୮ % ମାର୍କ ରଖି ନୋତର ଆଦର୍ଶ ବିଦ୍ୟାଳୟର ଟପ୍ପର ହୋଇଛନ୍ତି । ନୟାଗଡ଼ ନୋତର ଆଦର୍ଶ ବିଦ୍ୟାଳୟର ସଫଳତାକୁ ନେଇ ଜିଲ୍ଲା ତଥା ରାଜ୍ୟ ସ୍ତର ପାଇଁ ଗର୍ବ ଓ ଗୌରବ ଆଣିଦେଇଛି । ନୋତର ଓଡିଶା ଆଦର୍ଶ ବିଦ୍ୟାଳୟ ଏବର୍ଷ ଭଲ ରେଜଲ୍ଟ କରିଥିବାରୁ ସବୁଆଡୁ ପ୍ରଶଂସାର ସୁଅ ଛୁଟିଛି।

ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ ସଦ୍‌ଭାବନା ଗୃହରେ

ନୋତର ଆଦର୍ଶ ବିଦ୍ୟାଳୟର ୪ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି । ଏଥଥିସହିତ ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷା ଜ୍ୟୋତ୍ସ୍ନାରାଣୀ ନାୟକଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ଉପଲକ୍ଷେ ଜିଲ୍ଲାପାଳ ରବିନ୍ଦ୍ରନାଥ ସାହୁ ଓଡିଶା ଆଦର୍ଶ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଧ୍ୟକ୍ଷାଙ୍କୁ ସାଧୁବାଦ ଜଣାଇଥିଲେ । ଆଗାମୀ ଦିନରେ ଏହି ରେଜଲ୍ଟ କିପରି ଜାରି ରହିବ ଜିଲ୍ଲାପାଳ ସେଥିପାଇଁ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ସୁବାଷ ଚନ୍ଦ୍ର ରାୟ, ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷା ଜ୍ୟୋତ୍ସ୍ନାରାଣୀ ନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ଅକ୍ରୁର ବାରିକ, ବ୍ଲକ
ଶିକ୍ଷା ଅଧିକାରିଣୀ ଗିତାଞ୍ଜଳୀ ସାହୁ ଓ ସୁପରଭାଇଜର ମାନସ ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ। ଏହି ଅବସରରେ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀମାନଙ୍କ ଅଭିଭାବକ ପ୍ରମୁଖ ଯୋଗ ଦେଇଥିଲେ।

Related posts