ନୟାଗଡ଼,(ନୟାଗଡ଼ ଦର୍ପଣ): ଜଗତର ନାଥ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନବକଳେବର ରଥ ଚକର ସପ୍ତମ ସ୍ଥାପନା ଦିବସ ଏବଂ ପବିତ୍ର ଦେବସ୍ନାନ ପୂର୍ଣ୍ଣମୀ ଅବସରରେ ପୁରୁଣା ସହରସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ସ୍ଥାନୀୟ କଣ୍ଠଶିଳ୍ପୀମାନଙ୍କୁ ନେଇ ଏକ ଭଜନ ସମାରୋହ ଅନୁଷ୍ଠିତ ହେବ। ‘କଳା, ସଂସ୍କୃତିର ଭାବମୟ ଉତ୍ତରଣ’ ଶ୍ରୀ ସୃଜନ ଅନୁଷ୍ଠାନ ଆନୁକୂଲ୍ୟରେ ଅନୁଷ୍ଠିତ ହେବା ପାଇଁ ଏକ ପ୍ରସ୍ତୁତି ବୈଠକ ନାଟ୍ୟଭୂଷଣ ଡ.ବିଜୟ କୁମାର ଚୌଧୁରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ଉପଦେଷ୍ଟା ସମାଜସେବୀ ପ୍ରମୋଦ ପଟ୍ଟନାୟକ, ସଂପାଦକ ଅଧ୍ୟାପିକା ଜୟଶ୍ରୀ ଦେବୀ, ଉପସଭାପତି ନରୁପମା ପଟ୍ଟନାୟକ, ହାସ୍ୟରସିକ ମିଷ୍ଟର କାଳିଆ, ପ୍ରଦୀପ କୁମାର ସାହୁ, ସରୋଜ କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ରହି ଭଜନ ସନ୍ଧ୍ୟାକୁ ଆକର୍ଷଣୀୟ କରିବା ପାଇଁ ଉପାଦେୟ ପ୍ରସ୍ତାବ ଉପସ୍ଥାପନ କରିଥିଲେ।କୋଷାଧ୍ୟକ୍ଷ ମନୋଜ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।
Related posts
-
ବିତର୍କ ପ୍ରତିଯୋଗିତା; ବରିଷ୍ଠରେ ଶୁଭାଶିଷ, କନିଷ୍ଠରେ ପ୍ରିୟରଞ୍ଜନ ପ୍ରଥମ
ନୟାଗଡ଼,(ନୟାଗଡ଼ ଦର୍ପଣ): ଦୈନିକ ଖବରକାଗଜ ‘ସକାଳ’ ୪ର୍ଥ ସ୍ୱନ୍ନକ୍ଷତ୍ର ଦିବସ ଉପଲକ୍ଷେ ନୟାଗଡ଼ ଜିଲ୍ଲାସ୍ତରୀୟ ବିତର୍କ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ।... -
ଜିଲ୍ଲା ସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା କାର୍ଯ୍ୟକ୍ରମ
ନୟାଗଡ଼, (ନୟାଗଡ଼ ଦର୍ପଣ): ପ୍ରଜ୍ଞାନ ମିଶନ, ଓଡ଼ିଶାଦ୍ଵାରା ଜିଲ୍ଲାସ୍ତରୀୟ ଗୀତା ସୁଗୀତା କର୍ତ୍ତବ୍ୟା କାର୍ଯ୍ୟକ୍ରମ ତଥା ଗୀତା ଆବୃତ୍ତି ପ୍ରତିଯୋଗିତା ସ୍ଥାନୀୟ... -
ପାଣିପୋଇଲା ସରସ୍ୱତୀ ଶିଶୁମନ୍ଦିରର ବାର୍ଷିକ ଉତ୍ସବ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକ୍ ପାଣିପୋଇଲା ସରସ୍ୱତୀ ଶିଶୁବିଦ୍ୟାମନ୍ଦିରର ପଂଚଦଶ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଅଛି । ବିଦ୍ୟାମନ୍ଦିରର ସଂପାଦକ...