ରଣପୁର ମୟୁରଝାଲିଆରେ ବେଆଇନ ମାଙ୍କଡା ପଥର ଖଣି ଚୋରାଚାଲାଣ, ଗଡ଼ିଲା ୬ମୁଣ୍ଡ

ନୟାଗଡ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲାପାଳ ରବିନ୍ଦ୍ର ନାଥ ସାହୁ ଆଜି ୬ ରାଜସ୍ୱ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି। ଖଣ୍ଡପଡ଼ା ତହସିଲରେ କାର୍ୟ୍ୟରତ ସେକ୍ସନ ଅଫିସର ଏମଡି ସୁଲତାନ ହକଙ୍କୁ ନିଲମ୍ବନ କରାଯାଇଥିବା ବେଳେ ରଣପୁର ତହସିଲର ଆରଆଇ ପ୍ରଶାନ୍ତ କୁମାର ନାୟକ, ପ୍ରଶାନ୍ତ କୁମାର ପ୍ରଧାନ, ଭାପୁର ତହସିଲରେ କାର୍ୟ୍ୟରତ କନିଷ୍ଠ ରାଜସ୍ୱ ସହାୟକ ଅରୁଣ କୁମାର ସେଠି, ରଣପୁର ତହସିଲର ରାଜସ୍ୱ ସୁପର ଭାଇଜର ପ୍ରମୋଦ କୁମାର ବେହେରା ଓ ରଣପୁର ତହସିଲର ଚନ୍ଦ୍ରଶେଖର ନନ୍ଦଙ୍କୁ ଆଜି ଜିଲ୍ଲାପାଳ ସସ୍ପେଣ୍ଡ କରିଛନ୍ତି। ରଣପୁର ତହସିଲ ମୟୁରଝାଲିଆ ଗ୍ରାମରେ ଚାଲିଥିବା ବେଆଇନ ମାଙ୍କଡା ପଥର ଖଣି ଚାଲାଣରେ ସଂପୃକ୍ତ ଥିବା ନେଇ ଅଭିଯୋଗ ଆସିଥିଲା। ଏମାନଙ୍କ ବିରୁଦ୍ଧରେ ଚାନ୍ଦପୁର ଥାନାରେ ଫୌଜଦାର ମାମଲା ରଜୁ କରାଯିବାକୁ ନୟାଗଡ଼ ଜିଲ୍ଲା ପ୍ରଶାସନକୁ ଚିଠି କରାଯାଇଥିଲା। ରଣପୁର ତହସିଲଦାର ଏମାନଙ୍କ ବିରୁଦ୍ଧରେ ଚାନ୍ଦପୁର ଥାନାରେ ମାମଲା ରୁଜୁ କରିଥିଲେ।

Related posts