ଦଶପଲ୍ଲା ବିଧାୟକଙ୍କୁ କୃତଜ୍ଞତା ଜଣାଇଲେ ବିଜୁପ୍ରେମୀ, ବୁଦ୍ଧିଜୀବୀ, ଯୁବକ ଏବଂ ଅଞ୍ଚଳବାସୀ
ନୂଆଗାଁ,(ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକ୍ ସଦର ମହକୁମାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଅନାବରଣ ଓ ବିଜୁ ଯୁବ ଭବନ ଉଦଘାଟିତ ହୋଇଯାଇଛି। ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଭାବେ ପୂର୍ବତନ ମନ୍ତ୍ରୀ ତଥା ବିଧାନସଭା ପାଠାଗାର କମିଟିର ଅଧ୍ୟକ୍ଷ ପ୍ରଫୁଲ୍ଲ ସାମଲ ଯୋଗଦେଇ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଅନାବରଣ କରିବା ସହ ବିଜୁ ଯୁବ ଭବନ ଉଦଘାଟନ କରିଥିଲେ। ତତ୍ ସହିତ ଏଭଳି କାର୍ଯ୍ୟକ୍ରମକୁ ପ୍ରଶଂସା କରିବା ସହ ବିଜୁ ଯୁବଭବନ ଏବଂ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ଅନାବରଣ ହୋଇଥିବାରୁ ଯୁବକମାନେ ଉତ୍ସାହିତ ଅଛନ୍ତି । ସମ୍ମାନୀତ ଅତିଥି ଭାବେ ବିଧାନସଭା ପାଠାଗାର କମିଟିର ସଦସ୍ୟ ତଥା ବିଧାୟକ ବିକ୍ରମ ପଣ୍ଡା, ସତ୍ୟନାରାୟଣ ପ୍ରଧାନ, ମଞ୍ଜୁଲତା ସ୍ୱାଇଁ, ପ୍ରଦୀପ ଭିସାରୀ, ଆଦିତ୍ୟ ମାଢି, ପ୍ରସାନ୍ତ ବେହେରା, ମହିଧର ରଣା, ଅଙ୍ଗଦ କହଁର, ସାଲୁଗା ପ୍ରଧାନ, ଦାଶରଥି ଗମାଙ୍ଗ, ସୂର୍ଯ୍ୟମଣି ବୈଦ୍ୟ, ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ ପ୍ରମୁଖ ଯୋଗଦେଇ ଦଶପଲ୍ଲା ବିଧାୟକଙ୍କ ପ୍ରଚେଷ୍ଟାକୁ ପ୍ରଶଂସା କରିଥିଲେ।

ଦଶପଲ୍ଲା ବିଧାୟକଙ୍କ ପ୍ରଚେଷ୍ଟା ଯୋଗୁଁ ନୂଆଗାଁ ବ୍ଲକରେ ପ୍ରଥମକରି ବିଜୁ ଯୁବ ଭବନ ଏବଂ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଅନାବରଣ ହୋଇଥିବାରୁ ବ୍ଲକର ଶହ ଶହ ଯୁବକ, ବିଜୁ ପ୍ରେମୀ, ସ୍ଥାନୀୟ ବାସିନ୍ଦା ଦଶପଲ୍ଲା ବିଧାୟକଙ୍କୁ କୃତଜ୍ଞତା ଜଣାଇଥିଲେ । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ପଞ୍ଚାୟତରୁ ଦଳୀୟ କର୍ମୀ, ବୁଦ୍ଧିଜୀବୀ ଯୋଗ ଦେଇଥିଲେ। ଆଜି ବିଜୁ ଯୁବକ ସଂଘରେ ନୂଆଗାଁ ବ୍ଲକର ୨୨ଟି ପଞ୍ଚାୟତର ପାଖାପାଖି ପାଞ୍ଚ ଶହରୁ ଉର୍ଦ୍ଧ୍ବ ପ୍ରାଥମିକ ସଦସ୍ୟତା ଗ୍ରହଣ କରିଥିଲେ।

