ନୂଆଗାଁ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ କୋରଡ଼ା ପଞ୍ଚାୟତ ଅନ୍ତର୍ଗତ ମହିତମା ଗ୍ରାମ ରେ ପାର୍ବତୀ ଦେବୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ ଏବଂ ଗୋପୀନାଥ ଜୀଉଙ୍କ ନୂତନ ମନ୍ଦିର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଗୋପୀନାଥ ଜୀଉଙ୍କ ନୂତନ ମନ୍ଦିର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ମା ପାର୍ବତୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ ରେ ଯୋଗଦେଇ ଅଞ୍ଚଳର ବିକାଶ ଉପରେ ଗୁରୁତ୍ୱାରୋପ କରିଥିଲେ। ତତ୍ ସହିତ ଗ୍ରାମ ପରିକ୍ରମା କରିବା ସହିତ ଅଞ୍ଚଳର ବିକାଶ ଉପରେ ଗୁରୁତ୍ୱାରୋପ କରିଥିଲେ ଦଶପଲ୍ଲା ଯୁବ ବିଧାୟକ। ବିଧାୟକଙ୍କ ସହିତ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା, ଦଶପଲ୍ଲା ବ୍ଲକ୍ ଅଧ୍ୟକ୍ଷା ସୁନନ୍ଦା ସାହୁ, ଜିଲ୍ଲା ବିଜେଡ଼ି ଉପ ସଭାପତି ଦିଲ୍ଲୀପ କୁମାର ଦଳ ବେହେରା, ଆତ୍ମା ଅଧ୍ୟକ୍ଷ ସଞ୍ଜୟ କୁମାର ସାହୁ, ସ୍ଥାନୀୟ ସରପଞ୍ଚ, ସମିତି ସଭ୍ୟ, ପୂର୍ବତନ ସରପଞ୍ଚ ଗୋଲଖ ବିହାରୀ ଗୋଚ୍ଛାୟତ, ପୂର୍ବତନ ସମିତି ସଭ୍ୟ ସୁବ୍ରତ ମିଶ୍ର ଙ୍କ ଗ୍ରାମବାସୀ ଉପସ୍ଥିତ ଥିଲେ। ମହିତମା ଗ୍ରାମ ର ବିକାଶ ପାଇଁ ଦଶପଲ୍ଲା ବିଧାୟକଙ୍କ ଅବଦାନକୁ ଗ୍ରାମବାସୀ ପ୍ରଶଂସା କରିଥିଲେ। ଏହି କାର୍ଯ୍ୟକ୍ରମରେ ଲୋକାରଣ୍ୟ ହୋଇଥିଲା ମହିତମା ଗ୍ରାମ।

