ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀଙ୍କ ଅମର ଆତ୍ମାର ସଦଗତି ପାଇଁ ନୂଆଗାଁ ଆଞ୍ଚଳିକ ସାମ୍ବାଦିକ ସଂଘ ପକ୍ଷରୁ ନୀରବ ପ୍ରାର୍ଥନା

ନୂଆଗାଁ,(ନୟାଗଡ଼ ଦର୍ପଣ): ବାଲେଶ୍ଵର ଜିଲ୍ଲା ବାହାନଗାରେ ଘଟିଥିବା ହୃଦୟ ବିଦାରକ ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଶହ ଶହ ଯାତ୍ରୀଙ୍କ ଅମର ଆତ୍ମାର ସଦଗତି ପାଇଁ ନୂଆଗାଁ ବ୍ଲକ୍ ଆଞ୍ଚଳିକ ସାମ୍ବାଦିକ ସଂଘ ପକ୍ଷରୁ ନୀରବ ପ୍ରାର୍ଥନା କରାଯାଇଛି। ଆଞ୍ଚଳିକ ସାମ୍ବାଦିକ ସଂଘର ସଦସ୍ୟମାନେ ପ୍ରାଣ ହରାଇଥିବା ଯାତ୍ରୀ ମାନଙ୍କ ଅମର ଆତ୍ମାର ସଦଗତି ପାଇଁ ଦୁଇ ମିନିଟ୍ ନୀରବ ପ୍ରାର୍ଥନା କରିବା ସହ ଚିକିତ୍ସାଧୀନ ଥିବା ଯାତ୍ରୀମାନଙ୍କ ଆଶୁ ଆରୋଗ୍ୟ ପାଇଁ ଜଗତର ନାଥ ଜଗନ୍ନାଥଙ୍କୁ ପ୍ରାର୍ଥନା କରିଥିଲେ।

Related posts