ନୂଆଗାଁ,(ନୟାଗଡ଼ ଦର୍ପଣ): ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ପ୍ରଚେଷ୍ଟା ଯୋଗୁଁ ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକର ୩ଟି ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଯୋଗ ଦେଇଛନ୍ତି ଡାକ୍ତର। ସୂଚନା ଅନୁଯାୟୀ ନୂଆଗାଁ ବ୍ଲକ ମଧ୍ୟରେ ଥିବା ୩ଟି ସ୍ୱାସ୍ଥ୍ୟ କେନ୍ଦ୍ରର ବହୁଦିନ ଧରି ଡାକ୍ତର ନଥିଲେ । ନୂଆଗାଁ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଯୋଗଦେଇଛନ୍ତି ଡାକ୍ତର ବ୍ରହ୍ମ ପ୍ରସାଦ ଶଢଙ୍ଗୀ, ଜଗନ୍ନାଥପ୍ରସାଦ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ସୌମ୍ୟା ଶୁଭଦର୍ଶିନୀ, ବାହାଡଝୋଲା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ସୌରଭ ସୁମନ ସ୍ଵାଇଁ ଯୋଗଦେଇଥିବା ମହିପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ମୁଖ୍ୟ ଡାକ୍ତର ସତୀଶ ନିବେଦନ ସୂଚନା ଦେଇଛନ୍ତି। ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ପ୍ରଚେଷ୍ଟା ଯୋଗୁଁ ୩ଟି ସ୍ବାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ଯୋଗ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କୁ ନୂଆଗାଁ ବ୍ଲକର ଜନ ସାଧାରଣ କୃତଜ୍ଞତା ଜଣାଇବା ସହ ନିର୍ବାଚନ ମଣ୍ଡଳୀର ବିକାଶ ପାଇଁ ଦଶପଲ୍ଲା ବିଧାୟକଙ୍କ ପ୍ରଚେଷ୍ଟାକୁ ପ୍ରଶଂସା କରିଛନ୍ତି।
Related posts
-
ଫାଇଲେରିଆ ନିରାକରଣ ନିମନ୍ତେ ଗଣଔଷଧ ସେବନ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମନ୍ୱୟ କମିଟି ବୈଠକ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସଙ୍କ ସଭାପତିତ୍ୱରେ ଜିଲ୍ଲାର ଦଶପଲ୍ଲା, ନୂଆଗାଁ ଓ ଗଣିଆ... -
ନୂଆଗାଁ ବ୍ଲକରେ ବିଜେଡିର ବିଶାଳ ଜନ ସଂପର୍କ ପଦଯାତ୍ରା
ନୂଆଗାଁ, (ନୟାଗଡ଼ ଦର୍ପଣ): ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ନୟାଗଡ ଜିଲ୍ଲା ନୂଆଗାଁ ବ୍ଳକ ସଦର ମହକୁମାରେ ବିଜେଡିର... -
ନୂଆଗାଁ ବ୍ଲକରେ ୧୭୫ରୁ ୧୭୦ଜଣ ଛାତ୍ରଛାତ୍ରୀ ଦେଲେ ୩ୟ ଶ୍ରେଣୀ ବୃତ୍ତି ପରୀକ୍ଷା
ନୂଆଗାଁ, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକରେ ତିନୋଟି ପରୀକ୍ଷା କେନ୍ଦ୍ରରେ ୧୭୫ଜଣ ଛାତ୍ରଛାତ୍ରୀ ତୃତୀୟ ଶ୍ରେଣୀ ବୃତ୍ତି ପରୀକ୍ଷା ଦେବାକୁ ନାମ...