ନୟାଗଡ଼,(ନୟାଗଡ଼ ଦର୍ପଣ): ନୂଆଗାଁ ରୋଡ଼ରୁ ଭୁବନେଶ୍ୱର ଯାଉଥିବା ମେମୁ ଟ୍ରେନଟି ଆଜି ନୂଆଗାଁ ଜଙ୍ଗଲ ମଧ୍ୟରେ ଅଚଳ ହୋଇ ଯାଇଥିଲା । ନୂଆଗାଁ ରୋଡ଼ରୁ ଅପରାହ୍ନ ୪:୧୫ରେ ଏହି ଟ୍ରେନ ଛାଡ଼ିବାର କିଛି କିଲୋମିଟର ଦୂର ତଥା ମହୀପୁର ଷ୍ଟେସନ ପହଞ୍ôଚବା ପୂବରୁ ନୂଆଗାଁ ଜଙ୍ଗଲ ମଧ୍ୟରେ ଏହାର ଇଞ୍ଜିନ ଅଚଳ ହୋଇଯାଇଥିଲା । ଏହାର ଲୋକ ପାଇଲଟ ଟ୍ରେନ ନିର୍ମାଣ କରିଥିବା କମ୍ପନୀ ସହିତ ଯୋଗାଯୋଗ କରି ଟ୍ରେନ ମରାମତି କରିବା ପରେ ଟ୍ରେନଟି ପ୍ରାୟ ଅଧଘଣ୍ଟା ବିଳମ୍ବରେ ଛାଡ଼ିଥିଲା । ଫଳରେ ଏଥିରେ ଭୁବନେଶ୍ୱର ଯିବା ପାଇଁ ବସିଥିବା ଯାତ୍ରୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ସୂଚନା ଯୋଗ୍ୟ ଯେ ନୟାଗଡ଼ ଭୁବନେଶ୍ୱର ମଧ୍ୟରେ ଚଳାଚଳ କରୁଥିବା ଏହି ଏକମାତ୍ର ମେମୁ ଟ୍ରେନଟି ବାରମ୍ବାର ଅଚଳ ହେଉଥିବା ବେଳେ ଏହି ଟ୍ରେନକୁ ବଦଳାଇ ପୂର୍ବରୁ ନୟାଗଡ଼ ଭୁବନେଶ୍ୱର ମଧ୍ୟରେ ଚାଲୁଥିବା ମେମୁ ଟ୍ରେନକୁ ପୁନର୍ବାର ଏଠାରୁ ଚଳାଇବାକୁ ବିଗତ ଦିନରେ ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ରେଳ ବିଭାଗ ନିକଟରେ ଦୃଢ଼ ଦାବି କରାଯାଇଥିଲା । ସେବା ଏକ୍ସପ୍ରେସ ଟ୍ରେନ (ନଂ-୧୮୪୨୩/୧୮୪୨୪) ନାମରେ ନୟାଗଡ଼ ଟାଉନ-ଭୁବନେଶ୍ୱର ଏବଂ ନୂଆଗାଁ ରୋଡ଼-ଭୁବନେଶ୍ୱର ସ୍ୱତନ୍ତ୍ର ଟ୍ରେନ (ନଂ-୦୮୪୨୩/୦୮୪୨୪) ନାମରେ ଚଳାଚଳ କରୁଥିବା ଏହି ମେମୁ ଟ୍ରେନର ଇଞ୍ଜିନ ବାରମ୍ବାର ଅଚଳ ହେଉଛି । ଫଳରେ ନିର୍ଦ୍ଧାରିତ ସମୟର ବହୁ ବିଳମ୍ବରେ ଚାଲୁଥିବା ଏହି ଟ୍ରେନ ଉପରେ ନିର୍ଭର କରୁଥିବା ଯାତ୍ରୀମାନେ ନାହିଁ ନଥିବା ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି । ସୂଚନା ଥାଉକି ପୂର୍ବରୁ ଠିକଭାବେ ଚଳାଚଳ କରୁଥିବା ମେମୁ ଟ୍ରେନକୁ ଏହି ରୁଟରୁ ହଟାଇ ଅନ୍ୟ ଏକ ମେମୁ ଟ୍ରେନ ଗତ କିଛି ମାସ ପୂର୍ବରୁ ଏହି ରୁଟରେ ଚଲାଯାଉଛି । ଅନ୍ୟପକ୍ଷରେ ନୟାଗଡ଼ ଜିଲ୍ଲା ପ୍ରତି କ୍ରମାଗତ ଭାବେ ରେଳ ବିଭାଗର ବୈମାତୃକ ମନୋଭାବ ନେଇ ବିଭିନ୍ନ ନାଗରିକ ସଂଗଠନ,ବୁଦ୍ଧିଜୀବୀ ତଥା ସ୍ଥାନୀୟ ଜନସାଧାରଣଙ୍କ ପକ୍ଷରୁ ଘୋର ଉଦବେଗ ପ୍ରକାଶ ପାଇଛି ।
Related posts
-
ବରିଷ୍ଠ କଂଗ୍ରେସ ନେତା,ଦୃଢ ସଙ୍ଗଠକଙ୍କ ପରଲୋକ
ରଣପୁର,(ନୟାଗଡ଼ ଦର୍ପଣ): ରଣପୁର ନିର୍ବାଚନ ମଣ୍ଡଳୀର ଚାନ୍ଦପୁର ଜୋନ୍ (୨୪ନଂ)ର ମୟୁରଝାଲିଆ ପଞ୍ଚାୟତର ତୃଣମୂଳ ସ୍ତରର ଜଣେ ଜଣାଶୁଣା ବିଶିଷ୍ଟ ପ୍ରଭାବଶାଳୀ... -
ବସ ଓ ବାଇକ ଧକ୍କା, ୨ ମୃତ
ରଣପୁର,(ନୟାଗଡ଼ ଦର୍ପଣ): ବସ ଓ ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଖବର ସଂଗ୍ରହରୁ ଜଣାପଡିଛି... -
ଖଣ୍ଡପଡ଼ାରେ ସଙ୍ଗୀତଧାରା ଭକ୍ତିସଙ୍ଗୀତ ପ୍ରତିଯୋଗିତା
ଖଣ୍ଡପଡ଼ା,(ନୟାଗଡ଼ ଦର୍ପଣ): ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ଜିଲ୍ଲାସ୍ତରୀୟ ପ୍ରଥମ ପର୍ଯ୍ୟାୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତା ସାମନ୍ତ ଚନ୍ଦ୍ରଶେଖର ଶିକ୍ଷାକେନ୍ଦ୍ର ଖଣ୍ଡପଡ଼ା ଠାରେ...