ନୂଆଗାଁ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ଆଞ୍ଚଳିକ ସାଧନ କେନ୍ଦ୍ର ସଂପଡ଼ାରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ଚିନ୍ତାମଣି ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ଭୀମସେନ ସାହୁଙ୍କ ସଭାପତିତ୍ଵରେ ଏବଂ ସାଧନ କେନ୍ଦ୍ର ସଂଯୋଜକ ନରେନ୍ଦ୍ର କୁମାର ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଅବସର କାଳୀନ ସମ୍ବର୍ଦ୍ଧନା ସଭାରେ ଗୋହିରୀ ବାଦୁ ଆଶ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭରତ ଚନ୍ଦ୍ର ପ୍ରଧାନ ଏବଂ ଚିନ୍ତାମଣି ବିଦ୍ୟାପୀଠ ସଂପଡ଼ାର କିରାଣୀ ଯୁଧିଷ୍ଠିର ନାୟକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା | ନୂତନ ପ୍ରଧାନ ଶିକ୍ଷକ ଭାବେ ଯୋଗଦାନ କରିଥିବା ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ମଲ୍ଲିକ୍ (ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପାରାଢିପି), କୁଳମଣି ନାଏକ (ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କାଣିଗିରୀ)ଙ୍କୁ ସ୍ଵାଗତ କରାଯାଇଥିଲା। ଉକ୍ତ ସଭାରେ ଫୁଲୋଚନ କହଁର ପ୍ରଧାନ ଶିକ୍ଷକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସଂପଡ଼ା, ରାକେଶ କୁମାର ଘଡେଇ ଆଞ୍ଚଳିକ ସାଧନ କେନ୍ଦ୍ର ଦୂର୍ଦୁରା ଏବଂ ବିଜୟ କୁମାର ବେହେରା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ନୀଳାଦ୍ରୀପୁର ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। କ୍ଲଷ୍ଟରର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହଯୋଗରେ ଉକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ
