ପ୍ରଧାନ ଶିକ୍ଷୟିତ୍ରୀଙ୍କ କାର୍ଯ୍ୟଭାର ଗ୍ରହଣ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସଦର ମହକୁମାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଏନଏସି ହାଇସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ଭାବେ ରସିଦା ଖାତୁନ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ କର୍ମଚାରୀ ମାନେ ତାଙ୍କୁ ଫୁଲତୋଡ଼ା ଦେଇ ସ୍ୱାଗତ କରିଥିଲେ । ଏହି ଅବସରରେ ଶ୍ରୀମତୀ ଖାତୁନ ବିଦ୍ୟାଳୟର ସର୍ବାଙ୍ଗୀନ ଉନ୍ନତି ସହିତ ଶିକ୍ଷାଦାନକୁ ପ୍ରାଧାନ୍ୟ ଦେବାପାଇଁ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ସହଯୋଗ ଲୋଡ଼ିଥିଲେ । ସୂଚନା ଯୋଗ୍ୟ ଯେ ନିକଟରେ ରାଜ୍ୟ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶନାମା ଅନୁସାରେ ଏଠାରେ କାର୍ଯ୍ୟରତ ଥିବା ପ୍ରଧାନ ଶିକ୍ଷକ କୈଳାସ ଚନ୍ଦ୍ର କର ପଦୋନ୍ନତି ପାଇ ଖଣ୍ଡପଡ଼ା ବିଇଓ ଭାବେ ଯୋଗଦାନ କରିବା ପରେ ପ୍ରଧାନ ଶିକ୍ଷକ ପଦବୀ ଖାଲି ପଡ଼ିଥିଲା ।

Related posts