ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ନୟାଗଡ଼ରେ ପତାକା ଉତ୍ତୋଳନ କଲେ ଜିଲ୍ଲା ପରିଷଦ ଅଧ୍ଯକ୍ଷ

ନୟାଗଡ଼, (ନୟାଗଡ଼ ଦର୍ପଣ): ୭୭ତମ ସ୍ବାଧୀନତା ଦିବସ ପାଳନ ପାଇଁ ସମଗ୍ର ଦେଶ ଉତ୍ସବ ମୁଖର। ପୁରପଲ୍ଲୀ ସବୁଠି ଫରଫର ହୋଇ ଉଡୁଛି ତ୍ରିରଙ୍ଗା। ନୟାଗଡ଼ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରେ ପାଳିତ ହୋଇଥିବା ସ୍ବାଧୀନତା ଦିବସ ରେ ମୁଖ୍ଯ ଅତିଥି ଭାବେ ମାନନୀୟ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ ଦେବାଶିଷ ପଟ୍ଟନାୟକ ମହୋଦୟ ଯୋଗଦେଇ ପତାକା ଉତ୍ତୋଳନ କରିବା ସହିତ ଅଭିବାଦନ ଗ୍ରହଣ କରି ସ୍ବାଧୀନତା ଦିବସର ମହାନତା ବିଷୟ ରେ ଆଲୋକପାତ କରିବା ସହିତ ମହାନ ସ୍ବାଧୀନତା ସଂଗ୍ରାମୀ ମାନଙ୍କର ସ୍ମୃତି ଚାରଣ କରିଥିଲେ। ଦେଶର ସ୍ବାଧୀନତା ପାଇଁ ଜାତିର ପିତା ମହାତ୍ମାଗାନ୍ଧିଙ୍କ ଅବଦାନ ବିଷୟରେ ଆଲୋକ ପାତ କରିଥିଲେ । ସ୍ବାଧୀନ ଭାରତରେ ଛାତ୍ରଛାତ୍ରୀମାନଙ୍କର କର୍ତ୍ତବ୍ଯ ଓ ଦାୟିତ୍ୱ ବିଷୟରେ ସଚେତନ କରିବା ସହିତ ମହାପୁରୁଷ ମାନଙ୍କ ପଦାଙ୍କ ଅନୁସରଣ କରିବା ପାଇଁ ପରାମର୍ଶ ଦେଇଥିଲେ। ସେବାବ୍ରତୀ ଗୁରୁଜୀ ଗୁରୁମା ମାନଙ୍କ ଅକ୍ଳାନ୍ତ ପରିଶ୍ରମରେ ବିଦ୍ଯାଳୟ ମାଟ୍ରିକ ପରୀକ୍ଷା ସହିତ ବିଭିନ୍ନ ବୃତ୍ତି ପରୀକ୍ଷା ଗୁଡିକରେ ପ୍ରତିବର୍ଷ ସର୍ବୋତ୍କୃଷ୍ଟ ସ୍ଥାନ ହାସଲ କରୁଥିବାରୁ ଗୁରୁଜୀ ଗୁରୁମା ମାନଙ୍କୁ ସାଧୁବାଦ ଜଣାଇ ଥିଲେ।ବିଦ୍ଯାଳୟର ସଂପାଦକ ଶ୍ରୀଧର ସାହୁ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲା ବେଳେ ବିଦ୍ଯାଳୟର ଉପଦେଷ୍ଟା ତଥା ବିଶିଷ୍ଟ ଶିକ୍ଷାବିତ୍ ହରିହର ପାତ୍ର, ବିଦ୍ଯାଳୟର ଯୁଗ୍ମ ସଂପାଦକ ସନ୍ତୋଷ କୁମାର ନାୟକ ଓ ପ୍ରଧାନ ଆଚାର୍ଯ୍ୟା ପ୍ରିୟମ୍ବଦା ମହାପାତ୍ର ସମେତ ସମସ୍ତ ସେବାବ୍ରତୀ ଗୁରୁଜୀ ଗୁରୁମା ଓ ଅଭିଭାବକ ମାନେ ଉପସ୍ଥିତ ଥିଲେ। ଉତ୍ସବ ଉପଲକ୍ଷେ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀ ମାନଙ୍କୁ ମୁଖ୍ଯ ଅତିଥି ପୁରସ୍କାର ପ୍ରଦାନ କରିଥିଲେ।

Related posts