ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଲେଖନପୁର ସ୍ଥିତ ସମର୍ପଣ ବୃଦ୍ଧାଶ୍ରମରେ ମହାସମାରୋହରେ ପାଳିତ ହୋଇ ଯାଇଛି ୭୭ ତମ ସ୍ବାଧୀନତା ଦିବସ। ଆଶ୍ରମର ଅନ୍ତେବାସୀ ୮୦ ବର୍ଷୀୟା ମହିଳା ପ୍ରମିଳା ଦାସ ପତାକା ଉତ୍ତୋଳନ କରି ମହାନ୍ ଦେଶଭକ୍ତ ସ୍ବାଧୀନତା ସଂଗ୍ରାମୀ ମାନେ ମାଡ ଖାଇ ଜେଲ ଯାଇ ଦେଶକୁ ସ୍ବାଧୀନ କରିବା ସହିତ ଜାତିର ପିତା ମହାତ୍ମା ଗାନ୍ଧିଙ୍କ ଲବଣ ସତ୍ଯାଗ୍ରହ ବିଷୟରେ ଆଲୋକପାତ କରି ଆମକୁ ଲୁଣ ଦେଇଥିଲେ ବୋଲି ବକ୍ତବ୍ଯ ରଖିଥିଲେ। ସମର୍ପଣ ପରିଚାଳନା କମିଟିର କାର୍ଯ୍ଯକାରୀ ସଭାପତି ଅରୁଣ କୁମାର ମହାନ୍ତି, ସଂପାଦକ ଶ୍ରୀଧର ସାହୁ, ସଦସ୍ଯ ପ୍ରସନ୍ନ କୁମାର ବସନ୍ତିଆ, ଦାମୋଦର ସାହୁ, ଶ୍ରୀକାନ୍ତ ପଟ୍ଟନାୟକ ସମେତ ବହୁ ସଦସ୍ଯ ଉପସ୍ଥିତ ଥିଲେ।

