ଘରେ ଘରେ ପହଞ୍ଚିବ ରାଜ୍ୟ ସରକାରଙ୍କ ବିକାଶର ବାର୍ତ୍ତା

ନୂଆଗାଁ, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକରେ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ନୂଆଗାଁ ସଦରମହକୁମାରେ ଅନୁଷ୍ଠିତ ହୋଇଯାଇଛି। ବ୍ଲକ୍ ବିଜେଡ଼ି ସଭାପତି ସନାତନ ସାମଲଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ କିପରି ପ୍ରତ୍ୟେକ ଘରେ ଘରେ ରାଜ୍ୟ ସରକାରଙ୍କ ଲୋକାଭିମୁଖୀ ଯୋଜନା ପହଞ୍ଚିବା ସହ ଲୋକମାନଙ୍କୁ ଅବଗତ କରାଯିବ ସେ ଉପରେ ଗୁରୁତ୍ୱାରୋପ କରିଥିଲେ। ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶର ବାର୍ତ୍ତା ଲୋକମାନଙ୍କ ପାଖରେ ପହଞ୍ଚାଇବାକୁ ଦଶପଲ୍ଲା ବିଧାୟକ ପରାମର୍ଶ ଦେଇଥିଲେ।ବିରୋଧୀ ମାନଙ୍କ ଅପପ୍ରଚାର ବିଷୟରେ ଲୋକମାନଙ୍କୁ ସଚେତନ କରାଇବା ପାଇଁ ବିଜୁ ଜନତା ଦଳର ପ୍ରତ୍ୟେକ କର୍ମୀ ଙ୍କୁ ଆହ୍ବାନ ଦେଇଥିଲେ ଦଶପଲ୍ଲା ଯୁବ ବିଧାୟକ। ଏହି ବୈଠକ ରେ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷା ଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା,ଜିଲ୍ଲା ବିଜେଡ଼ି ଉପ ସଭାପତି ଦିଲ୍ଲୀପ କୁମାର ଦଳ ବେହେରା,ଜିଲ୍ଲା ଯୁବ ଉପ ସଭାପତି ଗୋଲଖ ବିହାରୀ ଗୋଚ୍ଛାୟତ,ଆତ୍ମା ଅଧ୍ୟକ୍ଷ ସଞ୍ଜୟ କୁମାର ସାହୁ, ଛାତ୍ର ବିଜେଡ଼ି ସଭାପତି ସୁବ୍ରତ ପରିଡ଼ାଙ୍କ ସମେତ ବିଭିନ୍ନ ପଞ୍ଚାୟତର ସରପଞ୍ଚ,ସମିତି ସଭ୍ୟ,ବିଜୁ ଜନତା ଦଳର ଯୁବ, ଛାତ୍ର ବରିଷ୍ଠ କର୍ମୀ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କ ବିକାଶର ବାର୍ତ୍ତା ଘରେ ଘରେ ପହଞ୍ଚାଇବା ପାଇଁ ସଂକଳ୍ପ ନେଇଥିଲେ। ଅକ୍ଟୋବର ୮ ତାରିଖ ଦିନ ନୂଆଗାଁ ବ୍ଲକରେ ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହେବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଥିଲା।

Related posts