ନୟାଗଡ଼ ଆଞ୍ଚଳିକ ବାଣିଜ୍ୟ ସମବାୟ ସମିତିର ଗୁରୁତ୍ବପୁର୍ଣ୍ଣ ବୈଠକ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଆଞ୍ଚଳିକ ବାଣିଜ୍ୟ ସମବାୟ ସମିତିର କଡା ପଦକ୍ଷେପ । ୬ଶହ ଟଙ୍କାରେ ଘର ଭଡା ନେଇ ମାଲିକ ୭ରୁ ୮ହଜାର ଟଙ୍କାରେ ଅନ୍ୟକୁ ଭଡା ଦେଉଛନ୍ତି । ମୁଳ ପଇସା ଛଅ ଶହ ଟଙ୍କା ଦେବାକୁ ଖାତିର କରୁନାହାନ୍ତି । ବାରମ୍ବାର ମାଗିଲେ ମଧ୍ୟ ଟଙ୍କା ଠିକ ସମୟରେ ଦେଉ ନାହାନ୍ତି । ଏଥିପାଇଁ ଆଜି ନୟାଗଡ଼ ଆଞ୍ଚଳିକ ବାଣିଜ୍ୟ ସମବାୟ ସମିତିର ପରିଚାଳନା ବୈଠକ କରାଯାଇ ୨୦ନଂ ଘରକୁ ସିଲ କରାଯାଇଛି । ଅପରାହ୍ନ ଦୁଇ ଘଟିକା ସମୟରେ ପରିଚାଳନା ପରିଷଦର ସଭ୍ୟ ସଭ୍ୟାମାନଙ୍କୁ ନେଇ ଗୁରୁତ୍ବପୁର୍ଣ୍ଣ ବୈଠକ ବସିଥିଲା । ଆଜିଠାରୁ ଉକ୍ତ ଦୋକାନୀର ମାଲିକଙ୍କୁ ୩୦ଦିନର ମହଲତ ଦିଆଯାଇଛି । ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ଘର ମାଲିକ ଟଙ୍କା ନଦେଲେ ସମିତି ଦଖଲକୁ ନେବ ବୋଲି ନିଷ୍ପତି ନିଆଯାଇଛି । ଆଜିର ବୈଠକରେ ସମିତିର ସଭାପତି ମାମୁନ ରଫ, ଉପସଭାପତି ସରୋଜିନୀ ଦଳବେହେରା, ଦିଲ୍ଲୀପ କୁମାର ହାତୀ, ଜଗନ୍ନାଥ ନାୟକ, ଭାଗିରଥି ମହାନ୍ତି, ତ୍ରିନାଥ ବିଧାର, ନେତ୍ରାନନ୍ଦ ସାହୁ, ଗିରିଧାରୀ ପରିଡା, ଦୁତିବାମନ ବେହେରା ଓ ସମ୍ପାଦକ ସହସମ୍ପାଦକ ପ୍ରମୁଖ ଉପସ୍ଥିତ ରହିଥିଲେ ।

Related posts