ନୂଆଗାଁ,(ନୟାଗଡ଼ ଦର୍ପଣ): ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଦଶପଲ୍ଲା ଯୁବ ବିଧାୟକ ତଥା ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଙ୍କ ତତ୍ତ୍ଵାବଧାନରେ ନୂଆଗାଁ ବ୍ଲକ୍ ବିଜୁ ଜନତା ଦଳ ପକ୍ଷରୁ ବିଶାଳ ଜନ ସମ୍ପର୍କ ପଦଯାତ୍ରା ରେ ଏକ ବିଶାଳ ବାଇକ ରାଲି ଅନୁଷ୍ଠିତ ହୋଇଯାଇଛି।ଏହି ବାଇକ ରାଲି ନୂଆଗାଁ ବ୍ଲକ୍ କିରିଆ ଲାଞ୍ଜି ଠାରୁ ବାହାରି ଦଶପଲ୍ଲା ମେଳିଆ ତୋଟା ରେ ପହଞ୍ଚିଥିଲା।ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ସାଂସଦ ଡ ଅଚ୍ୟୁତ ସାମନ୍ତ ଯୋଗଦେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ ହିତକର ଯୋଜନା ସମ୍ପର୍କରେ ବର୍ଣ୍ଣନା କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା,ସମାଜ ସେବୀ ଶଙ୍କର୍ଷଣ ବେହେରା,ଜିଲ୍ଲା ବିଜେଡ଼ି ଉପ ସଭାପତି ଦିଲ୍ଲୀପ କୁମାର ଦଳ ବେହେରା,ବିଜେଡ଼ି ସଭାପତି ସନାତନ ସାମଲ,ଉପ ସଭାପତି ମୁରଲୀ ଧର ଜେନା,,ଆତ୍ମା ଅଧ୍ୟକ୍ଷ ସଞ୍ଜୟ କୁମାର ସାହୁ,ଛାତ୍ର ବିଜେଡ଼ି ସଭାପତି ସୁବ୍ରତ ପରିଡ଼ା,ଯୁବ ବିଜେଡ଼ି ସଭାପତି ଶୁଭ୍ରାଂଶୁ ଶେଖର ସେନାପତି ଙ୍କ ସମେତ ୨୨ ଟି ପଞ୍ଚାୟତ ର ସରପଞ୍ଚ,ସମିତି ସଭ୍ୟ ସଭ୍ୟା,ଯୁବ, ଛାତ୍ର ଏବଂ ବିଜେଡ଼ି କର୍ମୀମାନେ ଉପସ୍ଥିତ ଥିଲେ। ଜୟ ନବୀନ,ଜୟ ଓଡ଼ିଶା , ଶଙ୍ଖ ଧ୍ବନିରେ ବ୍ଲକ୍ ପ୍ରକମ୍ପିତ ହୋଇଥିଲା। ଏଭଳି ବିଶାଳ ବାଇକ ରାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଦଶପଲ୍ଲା ବିଧାୟକଙ୍କ ଲୋକପ୍ରିୟତା ପ୍ରମାଣ କରିଛି।

