ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ “ସୋହମ୍” ନେହେରୁ ଯୁବ କେନ୍ଦ୍ର , ନୟାଗଡ ର ସହାୟତା ରେ ଓଡଗାଁ ବ୍ଲକ ଅନ୍ତର୍ଗତ ଗୋଡ଼ିପଦା ସ୍ଥିତ ଶ୍ରୀ ଲଡୁକେଶ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବର୍ଷା ଜଳ ସରକ୍ଷଣ ସମ୍ବନ୍ଧୀୟ କାର୍ଯ୍ୟକ୍ରମ ଓ ଆଲୋଚନା ଚକ୍ର ଅନୁଷ୍ଠାନ ର ରାଜନୀତି ବିଭାଗ ଅଧ୍ୟାପକ ପ୍ରସନ୍ନ କୁମାର ପରିଡ଼ା ଙ୍କ ସଭାପତିତ୍ତ୍ଵ ରେ ଅନୁଷ୍ଠିତ ହୋଇ ଯାଇଛି । ଏଥିରେ “ସୋହମ ” ସଙ୍ଗଠନର ଉପସଭାପତି ତଥା ବିଶିଷ୍ଟ ପରିବେଶବିତ୍ ପ୍ରକୃତି ବନ୍ଧୁ ଶ୍ରୀଯୁକ୍ତ ଅନାଦି ଚରଣ ମହାନ୍ତି ଓ ସମ୍ପାଦକ ଶ୍ରୀଯୁକ୍ତ କାମାକ୍ଷା ପ୍ରସାଦ ଦାଶ, ବିଦ୍ୟାଳୟ ର ଇଂରାଜୀ ଅଧ୍ୟାପକ ଶ୍ରୀଯୁକ୍ତ ଲକ୍ଷ୍ମୀକାନ୍ତ ଦାସ ଯୋଗଦେଇ ଜଳ ପ୍ରଦୂଷଣ, ଏହାର ସୁରକ୍ଷା ଓ ସରକ୍ଷଣ ଉପରେ ବିଶେଷ ଆଲୋକପାତ କରିଥିଲେ । ଏହି ଅବସରରେ ଛାତ୍ର, ଛାତ୍ରା ମାନଙ୍କ ମଧ୍ୟରେ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ର, ଛାତ୍ରା ମାନଙ୍କୁ ସୋହମ ସଙ୍ଗଠନ ତରଫରୁ ପୁରସ୍କୃତ କରଯାଇଥିଲା । ଏଥିରେ ସଂସ୍କୃତ ଅଧ୍ୟାପକ ଶ୍ରୀଯୁକ୍ତ ସନ୍ତୋଷ କୁମାର ସାହୁ ମଞ୍ଚ ପରିଚାଳନା କରିଥିବା ସହ ଗୁରୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।
Related posts
-
ବରିଷ୍ଠ କଂଗ୍ରେସ ନେତା,ଦୃଢ ସଙ୍ଗଠକଙ୍କ ପରଲୋକ
ରଣପୁର,(ନୟାଗଡ଼ ଦର୍ପଣ): ରଣପୁର ନିର୍ବାଚନ ମଣ୍ଡଳୀର ଚାନ୍ଦପୁର ଜୋନ୍ (୨୪ନଂ)ର ମୟୁରଝାଲିଆ ପଞ୍ଚାୟତର ତୃଣମୂଳ ସ୍ତରର ଜଣେ ଜଣାଶୁଣା ବିଶିଷ୍ଟ ପ୍ରଭାବଶାଳୀ... -
ବସ ଓ ବାଇକ ଧକ୍କା, ୨ ମୃତ
ରଣପୁର,(ନୟାଗଡ଼ ଦର୍ପଣ): ବସ ଓ ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଖବର ସଂଗ୍ରହରୁ ଜଣାପଡିଛି... -
ଡଃ.ସୁରେଶ ବରାଡଙ୍କ ପୁସ୍ତକ “ଗୀତାର ପ୍ରଥମ ଶବ୍ଦ” ବାଚସ୍ପତିଙ୍କ କରକମଳରେ ଉନ୍ମୋଚିତ
ଶରଣକୁଳ, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ସାରସ୍ଵତ ସାଧକ, ଗାଳ୍ପିକ, ଔପନ୍ୟାସିକ, କାବ୍ୟକାର, କବି ଡ.ସୁରେଶ ଚନ୍ଦ୍ର ବରାଡଙ୍କ ଆଧ୍ୟାତ୍ମିକ ପୁସ୍ତକ...