ଆଞ୍ଚଳିକ ସାମ୍ବାଦିକ ସଂଘ ଗଣିଆ ରେ ନୟାଗଡ଼ ବିଧାୟକ

ଗଣିଆ, (ନୟାଗଡ଼ ଦର୍ପଣ): ନୟାଗଡ଼ ବିଧାୟକ ଡ଼ଃ.ଅରୁଣ କୁମାର ସାହୁ ଗଣିଆ କିଶୋର ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟକୁ ପରିଦର୍ଶନରେ ଆସି ବିଦ୍ୟାଳୟ ର ନୂତନ ଭାବେ ନିର୍ମାଣ ହେଉଥିବା ଶ୍ରେଣୀ ଗୃହ କାର୍ଯ୍ୟକୁ ସମୀକ୍ଷା କରିଥିଲେ ଓ ଯଥାଶୀଘ୍ର ଏହି କାର୍ଯ୍ୟ ସାରିବା ପାଇଁ ପରାମର୍ଶ ଦେଇଥିଲେ। ଏହାପରେ ଡଃ.ସାହୁ ଗଣିଆ ଆଞ୍ଚଳିକ ସାମ୍ବାଦିକ ସଂଘ କାର୍ଯ୍ୟାଳୟକୁ ଆସି ସାମ୍ବାଦିକମାନଙ୍କ ସହିତ ଏକ ସୌଜନ୍ୟ ମୂଳକ ସାକ୍ଷାତକାର କରିଥିଲେ। ଆଗାମୀ ଦୁର୍ଗାପୂଜା ପାଇଁ ସାମ୍ବାଦିକ ମାନଙ୍କୁ ଅଭିନନ୍ଦନ ଜଣାଇ ଅଞ୍ଚଳରେ ଘଟୁଥିବା ଘଟଣାବଳୀ ସଂପର୍କରେ ସତ୍ୟ ଏବଂ ନିର୍ଭୁଲ ସମ୍ବାଦ ପରିବେଷଣ କରିବାକୁ ସେ ପରାମର୍ଶ ଦେଇଥିଲେ। ଆଗାମୀ ଦିନରେ ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘ ସହିତ ଯୋଡ଼ି ହୋଇ ସହଭାଗିତା ଭିତ୍ତିରେ କାମ କରିବାକୁ ସେ ପରାମର୍ଶ ଦେଇଥିଲେ।

Related posts