ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ରାଜୀବ ଗାନ୍ଧୀଙ୍କ ୨୯ତମ ଶ୍ରାଦ୍ଧ ଦିବସ ପାଳିତ

ନୟାଗଡ଼: ନୟାଗଡ଼ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ରାଜୀବ ଗାନ୍ଧୀଙ୍କ ୨୯ତମ ଶ୍ରାଦ୍ଧ ଦିବସରେ ଜିଲ୍ଲା କଂଗ୍ରେସ କାର୍ୟ୍ୟାଳୟରେ ପାଳିତ ହୋଇଯାଇଛି । ପ୍ରଦେଶ କଂଗ୍ରେସ ନିର୍ଦ୍ଦେଶ କ୍ରମେ କଂଗ୍ରେସ କର୍ମୀମାନେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟଠାରେ ପ୍ରାୟ ୨୦୦ ରୋଗୀ ଅନ୍ତେବାସୀ, ସମର୍ପଣ ବୃଦ୍ଧାଶ୍ରମ ଅନ୍ତେବାସୀ ଏବଂ ସହରାଞ୍ଚଳ ବାସହୀନ ଅସହାୟ କେନ୍ଦ୍ର ଅନ୍ତେବାସୀଙ୍କ ସୁଖଦୁଃଖରେ ସାମିଲ ହୋଇ ଦୁଗ୍ଧ, ପାଉଁରୁଟି, ସାନିଟାଇଜର, ମାସ୍କ ହାତ ଧୁଆ ସାବୁନ ପ୍ରଦାନ କରିଥିଲେ । ଜିଲ୍ଲା କଂଗ୍ରେସ ସଭାପତି ଆଇନଜୀବି ରଣଜିତ ଦାଶଙ୍କ ନେତୃତ୍ୱରେ ଆୟୋଜିତ କାର୍ୟ୍ୟକ୍ରମରେ ବରିଷ୍ଠ ନେତା ହୁସେନ ଖାଁ, ଜିଲ୍ଲା କଂଗ୍ରେସ ଉପସଭାପତି କମଳ ଚରଣ ସାହୁ, ଜିଲ୍ଲା ଯୁବ କଂଗ୍ରେସ କାର୍ୟ୍ୟକାରୀ ସଭାପତି ପ୍ରତୀକ ମହାପାତ୍ର, ଜିଲ୍ଲା ଛାତ୍ର କଂଗ୍ରେସ ସଭାପତି ଜ୍ୟୋତିରଞ୍ଜନ ଦାଶ, ନୟାଗଡ଼ ବ୍ଲକ କଂଗ୍ରେସ ସଭାପତି ଫକୀର ଚରଣ ମଲ୍ଲ, ଓଡଗାଁ ବ୍ଲକ କଂଗ୍ରେସ ସଭାପତି ପୂର୍ଣ୍ଣଚନ୍ଦ୍ର ନାୟକ ପ୍ରମୁଖ ସାମିଲ ଥିଲେ । ଜିଲ୍ଲାର ଦଶପଲ୍ଲା ଗଣିଆ ରଣପୁରଠାରେ ଜିଲ୍ଲା କଂଗ୍ରେସ ପକ୍ଷରୁ ୫୦ ଜଣ ଲେଖାଏଁ ଅସହାୟ ଗରିବ ବିଧବା ମହିଳା, ଭିନ୍ନକ୍ଷମଙ୍କୁ ଶୁଖିଲା ଖାଦ୍ୟ ସାନିଟାଇଜର ମାସ୍କ ସାବୁନ ପ୍ୟାକେଟ ବଣ୍ଟନ କରାଯାଇଛି ।

Related posts