ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଭାପୁର ବ୍ଲକ ସଦଭାବନା ଗୃହ ପରିସରରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରଞ୍ଜିତ କୁମାର ମଲ୍ଲିକ ଙ୍କ ପୌରହିତ୍ୟରେ ୭ତମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଭାପୁର ବ୍ଲକ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସରୋଜ କୁମାର ନାୟକ, ଉପାଧ୍ୟକ୍ଷ ବେଣୁଧର ପ୍ରଧାନ, ୧୮ ନଂ ଜୋନ ର ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର କୁମାର ଧଳ, ୨୦ ନଂ ଜୋନ ର ଜିଲ୍ଲା ପରିଷଦ ସଭ୍ୟ ବିଜୟ କୁମାର ସାମନ୍ତରାୟ , ପଞ୍ଚାୟତର ନିର୍ବାଚିତ ଜନ ପ୍ରତିନିଧି ତଥା ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ। ଉକ୍ତ ବୈଠକରେ ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ଉଦ୍ୟାନ କୃଷି, ପ୍ରାଣୀ ଓ ପଶୁ ଚିକିତ୍ସା, ବିଶୁଦ୍ଧ ପାନୀୟ ଜଳ ଓ ପରିମଳ, ମୃତ୍ତିକା ସଂରକ୍ଷଣ, ବିଦ୍ୟୁତ ତଥା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ବିଷୟରେ ବିଭିନ୍ନ ଅଭିଯୋଗ ବିଷୟରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରାଯାଇଥିଲା। ମୁଖ୍ୟତଃ ପ୍ରତି ପଞ୍ଚାୟତ ଅଧିନରେ ଥିବା ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଅଙ୍ଗନୱାଡ଼ି କେନ୍ଦ୍ର, ସ୍ଵାସ୍ଥ୍ୟ ଉପକେନ୍ଦ୍ର ଗୁଡିକର ଭିତିଭୂମି ଗୁଡିକର ଉନ୍ନତିକରଣ, ବିଦ୍ୟୁତ ସଂଯୋଗ ଆଦି ବିଭିନ୍ନ ସମସ୍ୟା ଗୁଡିକୁ ଗ୍ରାମ ପଞ୍ଚାୟତ ବୈଠକ ମଧ୍ୟମରେ ସମାଧାନ ତଥା ଉନ୍ନତିକରଣ କାର୍ଯ୍ୟ ଗୁଡିକ କରାଯାଇ ପାରିବ ବୋଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ମଲ୍ଲିକ ସୁଚନା ଦେଇଥିଲେ। ଭାପୁର ବ୍ଲକ ଅଧିନ ସମସ୍ତ ଉଚ୍ଚ ବିଦ୍ୟାଳୟ, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ପ୍ରାଥମିକ ସ୍ଵାସ୍ଥ୍ୟ କେନ୍ଦ୍ର ଗୁଡିକର ଉନ୍ନତିକରଣ କାର୍ଯ୍ୟ ଗୁଡିକ ବ୍ଲକ ମାଧ୍ୟମରେ ସମାପନ କରାଯିବ ବୋଲି ସୂଚନା ଦେଇଥିଲେ। ପୁନଶ୍ଚ ଉକ୍ତ ବୈଠକରେ କୃଷି, ଉଦ୍ୟାନ କୃଷି, ମୃତ୍ତିକା ସଂରକ୍ଷଣ, ପ୍ରାଣୀ ଓ ପଶୁ ଚାଷ ସମ୍ବନ୍ଧୀୟ ବିଭିନ୍ନ ଯୋଜନା ଗୁଡିକ ଆଲୋକପାତ କରାଯାଇଥିଲା। ଶେଷରେ ଧନ୍ୟବାଦ ଅର୍ପଣ ପୂର୍ବକ ଅଧିବେଶନ ସାଙ୍ଗ କରାଯାଇଥିଲା।
Related posts
-
ନୟାଗଡ ଜିଲ୍ଲା ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତରେ ୪୫୪୭ଟି ମାମଲା ଫଏସଲା
December 14, 2024 Jajati Comments Off on ନୟାଗଡ ଜିଲ୍ଲା ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତରେ ୪୫୪୭ଟି ମାମଲା ଫଏସଲାନୟାଗଡ଼, (ନୟାଗଡ଼ ଦର୍ପଣ): ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦେଶମତେ ଆଜି ନୟାଗଡ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ... -
ବିଶ୍ବ ଏଡ଼ସ୍ ଦିବସ ସଚେତନତା କାର୍ଯ୍ୟକ୍ରମ
ନୟାଗଡ଼, (ନୟାଗଡ଼ ଦର୍ପଣ): ଲାଠିପଡ଼ାସ୍ଥିତ ମଡେଲ ଡିଗ୍ରୀ କଲେଜଠାରେ ବିଶ୍ବ ଏଡ଼ସ୍ ଦିବସ ପରିପ୍ରେକ୍ଷୀରେ ଯୁବ ରେଡକ୍ରସ ଆନୁକୂଲ୍ୟରେ ଏକ ସଚେତନତା... -
ଭାପୁରରେ ସଙ୍ଗୀତଧାରା ଭକ୍ତିସଙ୍ଗୀତ ପ୍ରତିଯୋଗିତା
ନୟାଗଡ଼, (ନୟାଗଡ଼ ଦର୍ପଣ): ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ଜିଲ୍ଲାସ୍ତରୀୟ ପ୍ରଥମ ପର୍ଯ୍ୟାୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତା ସରସ୍ବତୀ ଶିଶୁ ମନ୍ଦିର, ଭାପୁର...