ନୟାଗଡ଼, (ନୟାଗଡ଼ ଦର୍ପଣ): ସରକାରୀ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ବାଲୁଗାଁ ମାଧ୍ୟମରେ କାୟାକଳ୍ପ କାର୍ଯ୍ୟକ୍ରମକୁ ଜନାଭିମୁଖୀ କରିବା ପାଇଁ ସ୍ୱାସ୍ଥ୍ୟ କେନ୍ଦ୍ର ତରଫରୁ ଏନ.ଜି.ଓ, ଜନସାଧାରଣ, ଯୁବବର୍ଗ ଓ ଛାତ୍ରଛାତ୍ରୀ ମାନଙ୍କୁ ନେଇ ସାଇକେଲ ରାଲି, ଭଲି ବଲ ପ୍ରତିଯୋଗିତା, ବୃକ୍ଷରୋପଣ କାର୍ଯ୍ୟକ୍ରମ ଆଦି କରାଯାଇଥିଲା । ତତ୍ ସଙ୍ଗେ ସଙ୍ଗେ ସ୍ୱଚ୍ଛତାପକ୍ଷ ପାଳନ ଅବସରରେ ଦାସକାଠିଆ ମାଧ୍ୟମରେ ସଚେତନତା କାର୍ଯ୍ୟକ୍ରମ କରାଯାଇଥିଲା । ବିଭିନ୍ନ ପ୍ରତିଯୋଗିତାରେ ଭାଗନେଇଥିବା ପ୍ରତିଯୋଗୀମାନଙ୍କୁ ପୁରଷ୍କାର ବିତରଣ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମକୁ ଡ଼. ଶୁଭଶ୍ରୀ ମହାନ୍ତି, ଡ଼. ଜୁଲିଏଟ ଦାସ ଓ ଦେଶ କଲ୍ୟାଣୀ ଲିନା ପରିଚାଳନା କରିଥିବା ବେଳେ ପ୍ରଭାତି ମହାପାତ୍ର ଓ ଅନ୍ୟାନ୍ୟ କର୍ମଚାରୀମାନେ ସହଯୋଗ କରିଥିଲେ । ଏଥିରେ ସ୍ଥାନୀୟ ସରପଂଚ ମନୋଜ କୁମାର ନାୟକ ଓ ଅନ୍ୟାନ୍ୟ ଲୋକ ପ୍ରତିନିଧିମାନେ ଯୋଗ ଦେଇଥିଲେ।
Related posts
-
ଭଏସ୍ ଅଫ୍ ନୟାଗଡ଼ ଫାଇନାଲରେ “ଭଏସ୍ ଅଫ୍ ନୟାଗଡ଼” ହେଲେ ବିଷ୍ଣୁ ପ୍ରିୟା ବେହେରା
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ସର୍ବବୃହତ ସଂଗୀତ ପ୍ରତିଯୋଗିତା ଭଏସ୍ ଅଫ୍ ନୟାଗଡ଼, ସିଜନ୍ ୫ର ଫାଇନାଲ ଅଡିସନ୍ ରୋଟାରୀ... -
ସରକାରୀ ମେଧାବୃତ୍ତି ପରୀକ୍ଷାରେ ନୟାଗଡ଼ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରର ଶତପ୍ରତିଶତ ସଫଳତା
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଳକର ୩ୟ ଓ ୫ମ ଶ୍ରେଣୀ ସରକାରୀ ମେଧାବୃତ୍ତି ପରୀକ୍ଷା- ୨୦୨୩-୨୪ ର ରେଜଲ୍ଟ ପ୍ରକାଶ... -
ନୟାଗଡ଼ ଜିଲ୍ଲା ମହୋତ୍ସବ ପାଇଁ ଇଭେଣ୍ଟ ମ୍ୟାନେଜମେଣ୍ଟ ବୈଠକରେ ପ୍ରବଳ ହଟ୍ଟଗୋଳ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ମହୋତ୍ସବ ପଲ୍ଲିଶ୍ରୀ, ପୁସ୍ତକ ଓ କୃଷି ମେଳା ଆସନ୍ତାକାଲି ତଥା ୨୪ ତାରିଖଠାରୁ ଅନୁଷ୍ଠିତ...