ନୟାଗଡ଼, (ନୟାଗଡ଼ ଦର୍ପଣ): ଉଦଯାପିତ ହେଲା ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା। ନୟାଗଡ଼ ଷ୍ଟାଡିୟମ ପଡ଼ିଆରେ ଚଳିତ ମାସ ଗତ ୧୩ତାରିଖରୁ ଆରମ୍ଭ ହୋଇଥିବା ଏହି କୃଷି ଯନ୍ତ୍ରପାତି ମେଳା ଆଜି ଧୂମଧାମରେ ଉଦଯାପିତ ହୋଇଯାଇଛି। ଆଜିର ଏହି ଉଦଯାପନୀ ସଭାରେ ମୁଖ୍ୟଅତିଥି ଭାବେ ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥିଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା କୃଷି ଅଧିକାରୀ ବିଷ୍ଣୁ ପ୍ରସାଦ ସାହୁ, କୃଷି ବିଜ୍ଞାନ କେନ୍ଦ୍ର ବରିଷ୍ଠ ବୈଜ୍ଞାନିକ ଅନିଲ କୁମାର ସ୍ୱାଇଁ, ରଣପୁର ଆତ୍ମା ଅଧ୍ୟକ୍ଷା ନର୍ମଦା ରାୟ, କୃଷି ବିଭାଗର କାର୍ଯ୍ୟନିର୍ବାହୀ ଅଧିକାରୀ ସୁଧାଂଶୁ ଶେଖର ଦାସ, ଜିଲ୍ଲା ମତ୍ସ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ। ଏହି ମେଳାକୁ ଜିଲ୍ଲାର ବିଭିନ୍ନ ବ୍ଲକରୁ ଆସୁଥିବା କୃଷକମାନେ ସେମାନଙ୍କ କୃଷି ନିମନ୍ତେ ବିଭିନ୍ନ କୃଷି ଉପକରଣ କିଣିଥିବା ସୂଚନା ମିଳିଛି। ଏହି ୫ଦିନରେ ୧କୋଟି ୨୩ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ଵ ନଗଦ କାରବାର ହୋଇଥିବା ଜଣାପଡ଼ିଛି।
Related posts
-
ସିଭିଲ ସୋସାଇଟି ନୟାଗଡ଼ ପକ୍ଷରୁ ୭୬ତମ ଗଣତନ୍ତ୍ର ଦିବସ ପାଳନ
ନୟାଗଡ଼, (ନୟାଗଡ଼ ଦର୍ପଣ): ସିଭିଲ ସୋସାଇଟି ନୟାଗଡ଼ ପକ୍ଷରୁ ୭୬ତମ ଗଣତନ୍ତ୍ର ଦିବସ ସକାଳ ୦୭.୩୦ ସମୟରେ ସ୍ଥାନୀୟ ହୋଟେଲ ନିଳମାଧବ... -
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ ୭୬ତମ ସାଧାରଣ ତନ୍ତ୍ର ଦିବସ ପାଳିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ ନୟାଗଡ଼ ପୁରୁଣା ସହର ଜଗନ୍ନାଥ ମନ୍ଦିର ଯଦୁମଣି ମଣ୍ଡପଠାରେ ୭୬ତମ ସାଧାରଣତନ୍ତ୍ର... -
ସହରରେ ପାର୍କିଂ ଓ ଟ୍ରାଫିକ ସମସ୍ୟା ନେଇ ସାମ୍ବାଦିକଙ୍କ ଅସନ୍ତୋଷ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସହରରେ ସୃଷ୍ଟି ହେଉଥିବା ଟ୍ରାଫିକ ସମସ୍ୟା ଓ ପାର୍କିଂ ସମସ୍ୟାକୁ ନେଇ ଜିଲ୍ଲା ସାମ୍ବାଦିକମାନେ ଗଭୀର ଉଦବେଗ...