ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଳକ ଅନ୍ତର୍ଗତ ଇଟାମାଟି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ଦମୟନ୍ତୀ ଜାନୀ(୫୦)ଙ୍କ ହୃଦଘାତରେ ପରଲୋକ ଘଟିଛି। ସେ କିଛି ବର୍ଷ ଧରି ଥାଲାସେମିଆ ରୋଗରେ ଆକ୍ରାନ୍ତ ଥିବା ବେଳେ ନିୟମିତ ବ୍ୟବଧାନରେ ଚିକିତ୍ସିତ ହେଉଥିଲେ। ତେବେ ଗତ ଦୁଇ ଦିନ ତଳେ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଆଜି ସନ୍ଧ୍ୟାରେ ତାଙ୍କର ହୃଦଘାତରେ ମୃତ୍ୟୁ ଘଟିଥିଲା। ତାଙ୍କର ଏହି ଅକାଳ ମୃତ୍ୟୁରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଥିବା ବେଳେ ନୟାଗଡ଼ ବ୍ଳକ ଶିକ୍ଷାଧିକାରୀ ନିମାଇଁ ଚରଣ ପ୍ରଧାନ ଏବଂ ବିଭିନ୍ନ ଶିକ୍ଷକ ସଙ୍ଗଠନର କର୍ମକର୍ତ୍ତା ତଥା ଶିକ୍ଷକ ସମାଜ ପକ୍ଷରୁ ଗଭୀର ଶୋକବ୍ୟକ୍ତ କରାଯାଇଛି।
ଶିକ୍ଷୟିତ୍ରୀଙ୍କ ହୃଦଘାତରେ ପରଲୋକ
