ନୟାଗଡ଼ରେ ଚଳିତ ବର୍ଷର ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ଜାତୀୟ ଆଇନ ସେବା ପ୍ରାଧିକାରଣଙ୍କ ନିର୍ଦେଶମତେ ଆଜି ଭାରତର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଚଳିତ ବର୍ଷର ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଅଛି । ନୟାଗଡ ଜିଲ୍ଲାର ଉକ୍ତ ଲୋକ ଅଦାଲତରେ ୯ଟି ମୋଟର ଦୁର୍ଘଟଣା ଜନିତ ମାମଲା ଫଇସଲା କରାଯାଇ କ୍ଷତିପୂରଣ ବାବଦକୁ ୪୫, ୪୦, ୮୩୫ ଟଙ୍କା ପ୍ରଦାନ କରିବା ପାଇଁ ବୀମା କମ୍ପାନୀ ମାନଙ୍କୁ ନିର୍ଦେଶ ଦିଆଯାଇଥିଲା । ସେହିପରି ୫୭ ଟି ଦେୱାନି ମାମଲା ଫଇସଲା କରାଯାଇଥିଲା। ଏନ. ଆଇ. ଆକ୍ଟ କେସ ୦୨ ଟି ଏବଂ ବିବାହଜନିତ ୦୩ ମାମଲା ଫଇସଲା କରାଯାଇଥିଲା । ବ୍ଯାଙ୍କରୁ ଋଣ ନେଇ ଋଣ ପରିଶୋଧ କରିନଥିବା ୧୫୦ଜଣ ଋଣ ଗ୍ରହିତାଙ୍କଠାରୁ Rs. ୮୪,୦୧, ୯୮୧ ଟଙ୍କା ଦେବା ପାଇଁ ରାଜିନାମା ସ୍ବାକ୍ଷରିତ କରାଯାଇଥିଲା ।

ଅନ୍ଯାନ୍ଯ ଫୌଜଦାରୀ ୧୦୨ ମାମଲା ଫଇସଲା କରାଯାଇ Rs. ୫୬୦୦ ଟଙ୍କା ଆଦାୟ କରଯାଇଥିଲା । ୪୮ଟି ପ୍ରାକ ବିଜୁଳି ମାମଲା ଫଇସଲା କରାଯାଇ ୬,୨୯,୨୦୫.୦୬ ଟଙ୍କା ଆଦାୟ କରଯାଇଥିଲା । ଏହି ଲୋକ ଅଦାଲତରେ ଜିଲ୍ଲା ଓ ଦୌରା ଜଜ ଶ୍ରୀଯୁକ୍ତ ଆନନ୍ଦ ନାରାୟଣ ମହାରଣା, ପରିବାର ଅଦାଲତ ବିଚାରପତି ସୁବ୍ରତ କୁମାର ପଟ୍ଟନାୟକ, ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ଲିଲି ସେନାପତି, ବରିଷ୍ଠ ଦେୱାନି ଅଦାଲତ ବିଚାରପତି ବିଶ୍ଵଜିତ ନାୟକ, , ଉପଖଣ୍ଡ ଫୌଜଦାରୀ ବିଚାରପତି ସୌଭାଗ୍ୟ ରଞ୍ଜନ ପ୍ରଧାନ, ଜେ.ଏମ. ଏଫ.ସି ସାବିତ୍ରୀ ଦାସ ପ୍ରମୁଖ ଉପସ୍ଥିତ ରହି ନିଜ ନିଜ ଅଦାଲତ ପରିଚାଳନା କରିଥିବା ବେଳେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ (ପୋକସୋ ) ଅଦାଲତ ଶ୍ରୀଯୁକ୍ତ ମାନସ କୁମାର ପଣ୍ଡା ଓ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀମତୀ ଶୃତିସ୍ନିଗ୍ଧା ଦାସ , ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ବିଶେଷ କୁମାର ସାହୁ, ବରିଷ୍ଠ ଦେୱାନି ବିଚାରପତି ତଥା ସହକାରୀ ଦୌରାଜଜ ( ମହିଳା ଅଦାଲତ) ଡଃ ରୀନତି ମିଶ୍ର ଏବଂ ସିଭିଲ କୋର୍ଟ ରେଜିଷ୍ଟ୍ରାର ଡଃ ନିଶାକର ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।

Related posts