ନୟାଗଡ଼, (ନୟାଗଡ଼ ଦର୍ପଣ): ଆଜି ନୟାଗଡ଼ ଭଏସର ପ୍ରଥମ ଅଡିସନ ନୟାଗଡ଼ ଏନ୍ଏସି ହାଇସ୍କୁଲରେ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବ୍ଲକର ବିଭିନ୍ନ କଲେଜ ଓ ସ୍କୁଲର ଛାତ୍ରଛାତ୍ରୀ ମାନେ ଏହି ଅଡିସନ ରାଉଣ୍ଡରେ ଅଂଶଗ୍ରହଣ କରିଥିଲେ । ଆଜିର ଏହି ଅଡିସନରେ ଜଜ ଭାବେ ସୁର ଗନ୍ଧର୍ବ ନବକିଶୋର ମିଶ୍ର, ବରିଷ୍ଠ ସଂଗୀତଜ୍ଞ ପ୍ରଦୀପ୍ତ ପଟ୍ଟନାୟକ ଓ ଜଗଦୀଶ ରଥ ଉପସ୍ଥିତ ଥିଲେ । ଆଜି ଅଡିସନରୁ ୬ ଜଣ ପ୍ରତିଯୋଗୀ ପରବର୍ତ୍ତୀ ପର୍ଯ୍ୟାୟକୁ ଉତ୍ତୀର୍ଣ୍ଣ ହୋଇଛନ୍ତି । ଉତ୍ତୀର୍ଣ୍ଣ ହୋଇଥିବା ପ୍ରତିଯୋଗୀ ମାନେ ହେଲେ ନୟନିକା ପଟ୍ଟନାୟକ, ପ୍ରୀତିପ୍ରଜ୍ଞା ସାହୁ, ମିଳନ କୁମାର ସ୍ବାଇଁ, ଇପ୍ସିତା ପ୍ରିୟଦର୍ଶିନୀ, ବର୍ଷାରାଣୀ ନାୟକ ଏବଂ ସ୍ବୟଂଶ୍ରୀ ମିଶ୍ର। ନୟାଗଡ଼ କ୍ଲବ ଆନୁକୁଲ୍ୟରେ ଆୟୋଜିତ ଆଜିର ଏହି କାର୍ଯ୍ୟକ୍ରମରେ ସଂଯୋଜକ ଧିରେନ୍ଦ୍ର କୁମାର ପଟ୍ଟନାୟକ, ସଂପାଦକ ମିହିର ରଞ୍ଜନ ନାୟକ, ସହ ସଂପାଦକ ଅବିନାଶ ସାହୁ, ସଭ୍ୟ ସନ୍ତୋଷ ନାୟକ ଓ ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। କ୍ଲବର ବରିଷ୍ଠ ସଦସ୍ୟ ଶରତ ଚନ୍ଦ୍ର ଆଚାର୍ଯ୍ୟ ମଞ୍ଚ ପରିଚାଳନା କରିଥିଲେ । ସୁଶାନ୍ତ ପାଇକରାୟ, ପ୍ରଦୀପ୍ତ ବରାଡ଼, କାଜଲ ଡାକୁଆ ଓ ଶୁଭଲକ୍ଷ୍ମୀ ପ୍ରିୟଦର୍ଶିନୀ ଆଜିର ଏହି ଅଡିସନ ପରିଚାଳନାରେ ସହାୟତା କରିଥିଲେ।
ଭଏସ ଅଫ ନୟାଗଡ଼ର ପ୍ରଥମ ଅଡିସନ,
Related posts
-
ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ ସମିତିର ବୈଠକ
ନୟାଗଡ଼, (ନୟାଗଡ଼ ଦର୍ପଣ): ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ ସମିତିର ବୈଠକ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ... -
ନୟାଗଡ଼ ଜିଲ୍ଳାରେ ସକାଳ ୭ରୁ ରାତ୍ର ୯ଘଟିକା ପର୍ଯ୍ୟନ୍ତ ଭାରୀଯାନରେ ପରିବହନ ନିଷିଦ୍ଧ
ନୟାଗଡ଼, (ନୟାଗଡ଼ ଦର୍ପଣ): ମୋଟର ଯାନ ଆକ୍ଟ ୧୯୮୮(୫୯)ର ସେକ୍ସନ ୧୧୫ ଏବଂ ଓଡ଼ିଶା ମୋଟରଯାନ ରୁଲ ୧୯୯୩ର ରୁଲ ୧୭୩... -
ସରକାରୀ ଆଇ.ଟି.ଆଇ ନୟାଗଡ଼ରେ ଆଇନ ସଚେତନତା
ନୟାଗଡ଼,(ନୟାଗଡ଼ ଦର୍ପଣ): ଶିକ୍ଷା ଗ୍ରହଣ ଯେପରି ଗୁରୁତ୍ଵପୂର୍ଣ୍ଣ, ସେହିପରି ସଠିକ ବିଷୟ ଚୟନ, ଅଧିକାର, କର୍ତ୍ତବ୍ୟ ଓ ଆଇନଗତ ଜ୍ଞାନ ମଧ୍ୟ...