ନୟାଗଡ଼,(ନୟାଗଡ଼ ଦର୍ପଣ): ବିଶ୍ୱବିଶୃତ ନଭବିଜ୍ଞାନୀ ମହାମହପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ବା ପଠାଣି ସାମନ୍ତଙ୍କ ୧୮୯ତମ ଜୟନ୍ତୀ ଉପଲକ୍ଷେ ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲା ପ୍ରଶାସନ ଏବଂ ପଠାଣି ସାମନ୍ତ ଜନ୍ମଜୟନ୍ତୀ କମିଟି ପକ୍ଷରୁ ଆଜି ପୂର୍ବାହ୍ନରେ ପୁଷ୍ପ ଏବଂ ମାଲ୍ୟାର୍ପଣ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଂସ୍କୃତି ଅଧିକାରୀ ଟଙ୍କଧର ଭୋଇ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ, ପଠାଣି ସାମନ୍ତ ଜୟନ୍ତୀ କମିଟି ସଭାପତି ସମାଜସେବୀ ପ୍ରମୋଦ ପଟ୍ଟନାୟକ, ଅବସରପ୍ରାପ୍ତ ପ୍ରାଧ୍ୟାପକ ହରପ୍ରସାଦ ମହାପାତ୍ର, ନାଟ୍ୟଭୂଷଣ ଡ ବିଜୟ ଚୌଧୁରୀ, ସମାଜସେବୀ ଦାମୋଦର ସାହୁ, ଅନାଦି ଚରଣ ମହାନ୍ତି, ଦୁର୍ଯ୍ୟୋଧନ ସାହୁ, ଡ ନିର୍ମଳ ଶୁରଦେଓ, ଶ୍ରୀକାନ୍ତ ପଟ୍ଟନାୟକ, ସାମ୍ବାଦିକ ଗୋକୁଳ ଷଡଙ୍ଗୀ, ଲକ୍ଷ୍ମୀଧର ସାହୁ, କଣ୍ଠଶିଳ୍ପୀ ପ୍ରଶାନ୍ତ ଦାଶ, ଗୋଦାବରିଶ ମିଶ୍ର, ଲଳିତ ମିଶ୍ର, ଉମେଶ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ। ଶିଶୁ ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ଅମ୍ବିକା ପ୍ରସାଦ ପଟ୍ଟନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଗୁରୁଜୀ ଓ ଗୁରୁମା ମାନେ ସହଯୋଗ କରିଥିଲେ।
Related posts
-
ଈଶ୍ୱରଙ୍କ ସାନିଧ୍ୟ ଏବଂ ସତମାର୍ଗରେ ଚାଲିବା ପାଇଁ ଯୋଗ ହିଁ ଜରୁରୀ
ନୟାଗଡ଼,(ନୟାଗଡ଼ ଦର୍ପଣ): ଈଶ୍ୱରଙ୍କ ସାନିଧ୍ୟ ଏବଂ ସତମାର୍ଗରେ ଚାଲିବା ପାଇଁ ଯୋଗ ହିଁ ଜରୁରୀ। ଆଜିର ବ୍ୟସ୍ତ ବହୁଳ ଜୀବନରେ ଶରୀର,... -
ସୁଭଦ୍ରା ଯୋଜନାର ସଫଳ ରୁପାୟନ ନିମନ୍ତେ ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟରେ ବିଭିନ୍ନ ପ୍ରତିଯୋଗିତା
Comments Off on ସୁଭଦ୍ରା ଯୋଜନାର ସଫଳ ରୁପାୟନ ନିମନ୍ତେ ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟରେ ବିଭିନ୍ନ ପ୍ରତିଯୋଗିତାନୟାଗଡ଼,(ନୟାଗଡ଼ ଦର୍ପଣ): ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶରେ କଲେଜ ମାନଙ୍କରେ “ସୁଭଦ୍ରା” ଯୋଜନା ସମ୍ପର୍କିତ ବିଭିନ୍ନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି... -
ଗଛକୁ ରାକ୍ଷୀ ବାନ୍ଧି ପାଳିତ ହେଲା ରକ୍ଷାବନ୍ଧନ ଉତ୍ସବ
ନୟାଗଡ଼, (ନୟାଗଡ଼ ଦର୍ପଣ): ପବିତ୍ର ରକ୍ଷାବନ୍ଧନ ଉତ୍ସବକୁ ନିଆରା ଢ଼ଙ୍ଗରେ ପାଳନ କରିଛନ୍ତି ନୟାଗଡ଼ର ଅଗ୍ରଣୀ ସ୍ଵେଚ୍ଛାସେବୀ ସଂଗଠନ ‘ମା ଫାଉଣ୍ଡେସନ’ର...