ରାଧାକାନ୍ତ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ଶିଶୁ ଉତ୍ସବ ଅନୁଷ୍ଠିତ

ଓଡ଼ଗାଁ,(ନୟାଗଡ଼ ଦର୍ପଣ): ଓଡିଶା ମାଧ୍ୟମିକ ଶିକ୍ଷକ ସଂଘ (ଓଷ୍ଟା) ଆନୁକୂଲ୍ୟରେ ରାଧାକାନ୍ତ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ଶିଶୁ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଓଷ୍ଟା ଜିଲ୍ଲା ସଭାପତି ଅଯୋଧ୍ୟାନାଥ ନାୟକଙ୍କ ସଭାପତିତ୍ୱରେ ଆୟୋଜିତ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥିରୂପେ ନୟାଗଡ଼ ବିଧାୟକ ଡ଼ଃ.
ଅରୁଣ କୁମାର ସାହୁ, ମୁଖ୍ୟବକ୍ତା ଭାବେ ଓଷ୍ଟା ରାଜ୍ୟ ସାଧାରଣ ସମ୍ପାଦକ ରଞ୍ଜନ କୁମାର ଦାସ, ବିଶିଷ୍ଟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ, ସମ୍ମାନିତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ, ପ୍ରଧାନଶିକ୍ଷକ ବିଜୟ କୁମାର ପ୍ରଧାନ, ଜିଲ୍ଲା ପରିଷଦ ସଭ୍ୟା ବିରଜାଲକ୍ଷ୍ମୀ ସାହୁ, ଝିଲି ପ୍ରଧାନ ଓ ନିତ୍ୟାନନ୍ଦ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ମୁଖ୍ୟ ଅତିଥି ଡ଼ଃ. ସାହୁ ଏକ ସୁନ୍ଦର ଜୀବନଶୈଳୀ ନିର୍ମାଣ କରିବା ପାଇଁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ। ଏହି ଅବସରରେ ଦଶପଲ୍ଲା ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଘୋଳାହାଣ୍ଡିର ଆଦର୍ଶ ଶିକ୍ଷକ ଶ୍ରୀଯୁକ୍ତ ବାଲାରସେନ ପାତ୍ରଙ୍କୁ ଜିଲ୍ଲାର ‘ଶ୍ରେଷ୍ଠ ଶିକ୍ଷକ’ ସମ୍ମାନରେ ସମ୍ମାନିତ କରାଯାଇଥିଲା। ଓଷ୍ଟା ସମ୍ପାଦକ ପରମାନନ୍ଦ ଦଳାଇ ସମ୍ପାଦକୀୟ ବିବରଣୀ ପାଠ କରିଥିବାବେଳେ ନିରାକାର ସ୍ବାଇଁ ଅତିଥି ପରିଚୟ ପ୍ରଦାନ କରିଥିଲେ। ପରିଶେଷରେ ଜଳନ୍ଧର ରଥ ଧନ୍ୟବାଦ ଅର୍ପଣ କରିଥିଲେ।

Related posts