ନୟାଗଡ଼,(ନୟାଗଡ଼ ଦର୍ପଣ): ସିନ୍ଦୁରିଆ ସରକାରୀ ଉଚ୍ଚ ବିଦ୍ୟାଳୟର ସଭା ଗୃହରେ ପ୍ରବଳ ପରାକ୍ରମୀ ସ୍ଵାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ବୋଷ ଓ ପଶ୍ଚିମ ଓଡ଼ିଶାର ମହାନ ସ୍ଵାଧୀନତା ସଂଗ୍ରାମୀ ତଥା ସେ ମାଟିର ସିଂହ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ ଶିକ୍ଷକ ଶିକ୍ଷିକା ଓ ଛାତ୍ରଛାତ୍ରୀଙ୍କୁ ନେଇ ପାଳିତ ହୋଇଯାଇଛି l ପ୍ରଧାନ ଶିକ୍ଷୟିତ୍ରୀ ଝୁମୁରୀ ସାହୁ ଉଭୟ ବରପୁତ୍ରଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣକରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥଲେ l ଛାତ୍ରଛାତ୍ରୀ ମାନେ ଦିବଂଗତ ମହାପୁରୁଷଙ୍କ ଜୀବନାଦର୍ଶ ଉପରେ ବକ୍ତବ୍ୟ ରଖିଥିବା ବେଳେ ସହକରୀ ଶିକ୍ଷୟିତ୍ରୀ ପ୍ରବାସିନୀ ମିଶ୍ର, ନିଶାମଣି ମିଶ୍ର, ଜ୍ୟୋତିର୍ମୟୀ ରାଉତ, ବରିଷ୍ଠ ଶିକ୍ଷକ ତାଜୁଦ୍ଦିନ ଖାଁ ପ୍ରମୁଖ ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ବଳିଦାନ ଉପରେ ଆଲୋକପାତ କରିଥଲେ l କାର୍ଯ୍ୟକ୍ରମକୁ ଶିକ୍ଷୟିତ୍ରୀ ସୁଷମା ବିଶ୍ଵାଳ, ସ୍ଵପ୍ନା ରାଣୀ ନନ୍ଦ, ରଞ୍ଜିତା ବେହେରା ଓ ଜିତେନ୍ଦ୍ର କୁମାର ଗୁରୁ ସଂଯୋଜନା କରିଥିବା ବେଳେ ସବିତା ପଟ୍ଟନାୟକ ଧନ୍ୟବାଦ୍ ଅର୍ପଣ କରିଥିଲେ।
ସିନ୍ଦୁରିଆ ସରକାରୀ ଉଚ୍ଚ ବିଦ୍ୟାଳୟ ଆନୁକୂଲ୍ୟରେ ନେତାଜୀ ଓ ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ
Related posts
-
ବିତର୍କ ପ୍ରତିଯୋଗିତା; ବରିଷ୍ଠରେ ଶୁଭାଶିଷ, କନିଷ୍ଠରେ ପ୍ରିୟରଞ୍ଜନ ପ୍ରଥମ
ନୟାଗଡ଼,(ନୟାଗଡ଼ ଦର୍ପଣ): ଦୈନିକ ଖବରକାଗଜ ‘ସକାଳ’ ୪ର୍ଥ ସ୍ୱନ୍ନକ୍ଷତ୍ର ଦିବସ ଉପଲକ୍ଷେ ନୟାଗଡ଼ ଜିଲ୍ଲାସ୍ତରୀୟ ବିତର୍କ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ।... -
ଜିଲ୍ଲା ସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା କାର୍ଯ୍ୟକ୍ରମ
ନୟାଗଡ଼, (ନୟାଗଡ଼ ଦର୍ପଣ): ପ୍ରଜ୍ଞାନ ମିଶନ, ଓଡ଼ିଶାଦ୍ଵାରା ଜିଲ୍ଲାସ୍ତରୀୟ ଗୀତା ସୁଗୀତା କର୍ତ୍ତବ୍ୟା କାର୍ଯ୍ୟକ୍ରମ ତଥା ଗୀତା ଆବୃତ୍ତି ପ୍ରତିଯୋଗିତା ସ୍ଥାନୀୟ... -
ପାଣିପୋଇଲା ସରସ୍ୱତୀ ଶିଶୁମନ୍ଦିରର ବାର୍ଷିକ ଉତ୍ସବ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକ୍ ପାଣିପୋଇଲା ସରସ୍ୱତୀ ଶିଶୁବିଦ୍ୟାମନ୍ଦିରର ପଂଚଦଶ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଅଛି । ବିଦ୍ୟାମନ୍ଦିରର ସଂପାଦକ...