ଓଡ଼ଗାଁ,(ନୟାଗଡ଼ଦର୍ପଣ): ଆଜି ମଣ୍ଡଳ ଶିକ୍ଷା କାର୍ଯ୍ୟାଳୟ ତରଫରୁ ଓଡ଼ଗାଁସ୍ଥିତ ସରକାରୀ ମଧ୍ୟ ଇଂରାଜୀ ବିଦ୍ୟାଳୟ ପରିସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସୄଜନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଓଡ଼ଗାଁ ମଣ୍ଡଳର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ନିଜ ନିଜ କ୍ଲଷ୍ଟରରୁ ମନୋନୀତ ହୋଇ ଉକ୍ତ କାର୍ଯ୍ୟକ୍ରମ ଉପଲକ୍ଷେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ।ଏ ଅବସରରେ କନିଷ୍ଠ ବର୍ଗ ବିତର୍କ ପ୍ରତିଯୋଗିତାରେ ଅନ୍ନପୂର୍ଣ୍ଣା ଜେନା,କୁଇଜରେ ପୂରବୀ ବରାଡ଼,ଚିତ୍ରାଙ୍କନରେ ପ୍ରତ୍ୟୁଷ କୁମାର ମହାଙ୍କୁଡ଼ ଏବଂ ବରିଷ୍ଠବର୍ଗରୁ ବିତର୍କରେ ବିଭୁତି ନାହାକ,କୁଇଜରେ ଜ୍ୟୋତିର୍ମୟୀ ବିଶୋଇ,ଚିତ୍ରାଙ୍କନରେ ଅଞ୍ଜଳି ସାହୁଙ୍କ ସମେତ ଭାଷାସାହିତ୍ୟ ବିଭାଗରେ ପାପାଲି ପ୍ରିୟଦର୍ଶିନୀ ଓ ସୁଲଗ୍ନା ସେଠୀ,ଚିତ୍ରକଳାରେ ସ୍ୱାଗତିକା ସାହୁ ଓ କେ.ଅନୁ ଚୌଧୁରୀ ଏବଂ ଓଡ଼ିଆ ସଂସ୍କୃତି ପ୍ରକଳ୍ପରେ ବିଷ୍ଣୁପ୍ରିୟା ଦାଶ ପ୍ରମୁଖ ଜିଲ୍ଲା ସ୍ତର ପ୍ରତିଯୋଗିତାରେ ଭାଗ ନେବାପାଇଁ ଉନ୍ନୀତ ହୋଇଛନ୍ତି।ସମସ୍ତ ମନୋନୀତ ପ୍ରତିଭାମାନଙ୍କୁ ମଣ୍ଡଳ ଶିକ୍ଷାଧିକାରିଣୀ ଗୀତାଞ୍ଜଳି ସାହୁଙ୍କ ସମେତ ବିଆରସିସି କମଳିନୀ ବେହେରା,ଏବିଇଓ ରବୀନ୍ଦ୍ର କୁମାର ନାୟକ,ପ୍ରଧାନଶିକ୍ଷକ ଗିରିଜାଶଙ୍କର ମହାପାତ୍ର, ପ୍ରଧାନଶିକ୍ଷୟିତ୍ରୀ ପ୍ରଭାତି ପଟ୍ଟନାୟକ, ଶିକ୍ଷକ ସଂଘ ସଭାପତି ଭକ୍ତରଞ୍ଜନ ମିଶ୍ର ପ୍ରମୁଖ ପୁରସ୍କୃତ କରିଥିଲେ।ଏହି ପ୍ରତିଯୋଗିତାରେ ବିଚାରକ ଭାବେ ବିଜୟ କୁମାର ରଥ,ପ୍ରଦୀପ୍ତ କୁମାର ନାୟକ, ପଞ୍ଚାନନ ପଣ୍ଡା, ପରମାନନ୍ଦ ସ୍ୱାଇଁ ଓ ଯଶୋବନ୍ତ ପଟ୍ଟନାୟକ ଦାୟିତ୍ୱ ନିର୍ବାହ କରିଥିବାବେଳେ ଗୋଦାବରୀ ବସନ୍ତିଆ,ନରେଶ ପାଣିଗ୍ରାହୀ,ରବୀନ୍ଦ୍ର କୁମାର ଘଡେଇ,ତ୍ରିଲୋଚନ ସାମନ୍ତରାୟ ଏବଂ ସମସ୍ତ ସିଆରସିସି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।
Related posts
-
ପ୍ରଧାନମନ୍ତ୍ରୀ ଅନୁସୂଚୀତ ଜାତି ଅଭ୍ୟୁଦୟ ଯୋଜନାର ଉନ୍ନୟନ କାର୍ଯ୍ୟ କମିଟି ଦ୍ୱାରା ଅନୁମୋଦନ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାକକ୍ଷରେ ପ୍ରଧାନମନ୍ତ୍ରୀ ଅନୁସୂଚୀତ ଜାତି ଅଭ୍ୟୁଦୟ ଯୋଜନାରେ ନୟାଗଡ଼ ଜିଲ୍ଲାର ନୂଆଗାଁ ବ୍ଲକ... -
ନୟାଗଡ଼ରେ ନୂଆ ଓଡ଼ିଶା ପ୍ରଶିକ୍ଷାର୍ଥୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ
ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ମିନି କନଫରେନସ୍ ହଲରେ ନୂଆ ଓଡ଼ିଶା ତାଲିମ କାର୍ଯ୍ୟକ୍ରମରେ ପ୍ରଶିକ୍ଷଣ... -
ଭଏସ୍ ଅଫ୍ ନୟାଗଡ଼ ସେମିଫାଇନାଲ ଅନୁଷ୍ଠିତ, ଫାଇନାଲରେ ୧୦ଯୁବ କଣ୍ଠଶିଳ୍ପୀ
December 8, 2024 Jajati Comments Off on ଭଏସ୍ ଅଫ୍ ନୟାଗଡ଼ ସେମିଫାଇନାଲ ଅନୁଷ୍ଠିତ, ଫାଇନାଲରେ ୧୦ଯୁବ କଣ୍ଠଶିଳ୍ପୀନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ସର୍ବବୃହତ ସଂଗୀତ ପ୍ରତିଯୋଗିତା ଭଏସ୍ ଅଫ୍ ନୟାଗଡ଼, ସିଜନ୍ ୫ ର ସେମିଫାଇନାଲ ଅନୁଷ୍ଠିତ...