ସହରରେ ବିଶୁଦ୍ଧ ପାନୀୟ ଜଳ ବ୍ୟବସ୍ଥା, ବିଧାୟକଙ୍କ ଦ୍ୱାରା ୪ କିଓସ୍କୋ, ମିଶନ ଶକ୍ତି ଗୃହ, ତ୍ରିନାଥ ମନ୍ଦିର ଉଦଘାଟିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ପ୍ରତ୍ୟେକ ସ୍ଥାନରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣକୁ ଗୁରୁତ୍ୱ ଦେଇ ଆସୁଛନ୍ତି । ନୟାଗଡ଼ ସହରରେ ବିଶୁଦ୍ଧ ପାନୀୟ ଜଳ ପାଇଁ ମେଗା ପାନୀୟ ଜଳ ବ୍ୟବସ୍ଥା ହୋଇଥିବା ବେଳେ ସହର ମଧ୍ୟରେ ବିଭିନ୍ନ ସ୍ଥାନରେ ପାନୀୟ ଜଳ ସୁବିଧା ପାଇଁ କିଓସ୍କୋ ନିର୍ମାଣ କରାଯାଇଛି । ଜନସ୍ୱାସ୍ଥ୍ୟ ବିଭାଗ ଆନୁକୁଲ୍ୟରେ ଏହି କିଓସ୍କୋ ଗୁଡ଼ିକ ନିର୍ମାଣ କରାଯାଇଥିବା ବେଳେ ଆଜି ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଦ୍ୱାରା ଜନସାଧାରଣଙ୍କ ଉଦ୍ଦେସ୍ୟରେ ଲୋକାର୍ପିତ ହୋଇଛି ।

ନୟାଗଡ଼ ବାଳିକା ଉଚ୍ଚ ବିଦ୍ୟାଳୟ, ବଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ, ନୟାଗଡ଼ ଟ୍ୟାସ୍କି ଷ୍ଟାଣ୍ଡ, ବଲାଙ୍ଗୀ ପାର୍କ ପରିସରରେ ନିର୍ମାଣ କରାଯାଇଥିବା କିଓସ୍କୋ ଆଜି ଲୋକାର୍ପିତ ହୋଇଛି। ପ୍ରତ୍ୟେକ କିଓସ୍କୋ ନିର୍ମାଣ ପାଇଁ ୧୦ ଲକ୍ଷରୁ ଉର୍ଦ୍ଧ୍ୱ ବ୍ୟୟ କରାଯାଇଛି। ଏହା ସହିତ ନୟାଗଡ଼ ହାଟପଦା ସାହିଠାରେ ପୈାର ପରିଷଦ ଆନୁକୁଲ୍ୟରେ ନିର୍ମାଣ କରାଯାଇଥିବା ମିଶନ ଶକ୍ତି ଗୃହ ଏବଂ ବଲାଙ୍ଗୀବନ୍ଧ ସାହିଠାରେ ନିର୍ମାଣ କରାଯାଇଥିବା ତ୍ରିନାଥ ମନ୍ଦିର ଉଦଘାଟିତ ହୋଇଯାଇଛି ।

ଏହି କାର୍ଯ୍ୟକ୍ରମରେ ନୟାଗଡ଼ ବିଧାୟକଙ୍କ ସମେତ ପୈାର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ସମସ୍ତ କାଉନସିଲର ଉପସ୍ଥିତ ରହିଥିଲେ । ଏହି ଅବସରରେ ବଲାଙ୍ଗୀବନ୍ଧସାହି ତ୍ରିନାଥ ମନ୍ଦିରଠାରେ ଅନୁଷ୍ଠିତ ସଭାରେ ବିଧାୟକ ନୟାଗଡ଼ ଆଜି ବିକାଶ ଓ ଉନ୍ନତୀ ପର୍ବରେ ସାମିଲ ହୋଇ ସମୃଦ୍ଧଶାଳୀ ହୋଇଛି । ଏଥିପାଇଁ ନୟାଗଡ଼ ବାସୀଙ୍କ ସ୍ନେହ ଓ ମମତା ଗୁରୁତ୍ୱ ବହନ କରିଛି । ପ୍ରତ୍ୟେକ ଇଞ୍ଚ ମାଟି ନୟାଗଡ଼ ବିକାଶର କଥା କହିବ ବୋଲି ବିଧାୟକ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଲୋକ ସାମିଲ ହୋଇଥିଲେ ।

Related posts