ନୟାଗଡ଼ ସରସ୍ବତୀ ଶିଶୁଵିଦ୍ୟା ମନ୍ଦିରରେ ବିଶ୍ୱ ମାତୃଭାଷା ଦିବସ ପାଳନ

ନୟାଗଡ଼, (ନୟାଗଡ଼ ଦର୍ପଣ): ଆଜି ନୟାଗଡ଼ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ପ୍ରାଙ୍ଗଣରେ ଚଳିତ ବର୍ଷର ବିଶ୍ଵ ମାତୃଭାଷା ଦିବସ ବହୁ ଆଡମ୍ବରରେ ପାଳିତ ହୋଇଯାଇଅଛି। ଉକ୍ତ କାର୍ଯ୍ୟକ୍ରମରେ ନୟାଗଡ଼ର ବିଶିଷ୍ଟ କବି ତଥା ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଗୋଦାବରୀଶ ମିଶ୍ର ମୁଖ୍ୟଅତିଥି ଏବଂ ସାହିତ୍ୟିକ ତଥା ଅବସରପ୍ରାପ୍ତ ଅଧ୍ୟକ୍ଷ ପୂର୍ଣ୍ଣଚନ୍ଦ୍ର ମହାପାତ୍ର ମୁଖ୍ୟବକ୍ତାଭାବେ ଯୋଗଦାନ ଦେଇ ମାତୃଭାଷାର ଆଧାର କରି ଦେଶ ତଥା ଜାତିର ଉନ୍ନତି ସମ୍ଭବ ଏବଂ ଏହା ସହ ପିତାମାତାଙ୍କ ଏ ଦିଗରେ ପ୍ରୋତ୍ସାହନ ନିତ୍ୟାନ୍ତ ଆବଶ୍ୟକ ବୋଲି ଶିଶୁମାନଙ୍କୁ ମାର୍ଗଦର୍ଶନ ଦେଇଥିଲେ। ଏହି ଅବସରରେ ୧୨୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀମାନଙ୍କୁ ଓଡ଼ିଆ ଭାଷାସାହିତ୍ୟର ବିଭିନ୍ନ ପ୍ରତିଯୋଗିତା ମାଧ୍ୟମରେ ପୁରସ୍କାର ପ୍ରଦାନ କରାଯାଇଥିଲା। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଶ୍ରୀଯୁକ୍ତ ମହାପାତ୍ର ଶିଶୁମାନଙ୍କ ସମ୍ମୁଖରେ ଓଡ଼ିଶୀ ସଙ୍ଗୀତର ପରିବେଷଣ କରିଥିଲେ। ପରିଶେଷରେ ବିଦ୍ୟାଳୟର ବରିଷ୍ଠ ଆଚାର୍ଯ୍ୟ ପ୍ରଫୁଲ୍ଲଚନ୍ଦ୍ର ମହାପାତ୍ର ଗୁରୁଜୀ ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରଧାନଆଚାର୍ଯ୍ୟ ଅମ୍ବିକା ପ୍ରସାଦ ପଟ୍ଟନାୟକଙ୍କ ଏବଂ ଗୁରୁଜୀ ଗୁରୁମାଙ୍କ ତତ୍ତ୍ଵାବଧାନରେ କାର୍ଯ୍ୟକ୍ରମଟି ସମ୍ପାଦିତ ହୋଇଥିଲା।

Related posts