ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ପଞ୍ଚାୟତ ବିଭାଗ ଓ ସ୍ୱାସ୍ଥ୍ୟ ବିଭାଗ ତରଫରୁ ଟିବି ମୁକ୍ତ ପଞ୍ଚାୟତ ସଂପର୍କରେ ସମସ୍ତ ପଞ୍ଚାୟତ ବିଭାଗ କର୍ମକର୍ତାଙ୍କୁ ନେଇ ଜିଲ୍ଲାପରିଷଦର ସୃଜନ ଗୃହରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଅଛି । ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ ଯୋଗ ଦେଇ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ବିଷ୍ଣୁପ୍ରିୟା ବେହେରା, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଦେବଦତ୍ତ ପଣ୍ଡା, ରାଜ୍ୟ ଯକ୍ଷ୍ମା ବିଭାଗ ଯୁଗ୍ମ ନିର୍ଦେଶକ ଅର୍ଘ୍ୟ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଜିଲ୍ଲା ଯକ୍ଷ୍ମା ଅଧିକାରୀ ଡାକ୍ତର ଶରତ କୁମାର ଦାଶଙ୍କ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଥିଲା। ଯକ୍ଷ୍ମା ରୋଗର ଚିକିତ୍ସା ଓ ନିରାକରଣ ଯକ୍ଷ୍ମାମୁକ୍ତ ପଞ୍ଚାୟତ ଗଠନ କରିବା ପାଇଁ ପଞ୍ଚାୟତ ସ୍ତରରେ ସଚେତନତା କରାଯିବା ପାଇଁ ଆଲୋଚନା ହୋଇଥିଲା।ଅତିରିକ୍ତ ଜିଲ୍ଲା ଚିକିତ୍ସା ଅଧିକାରୀ ଡ଼ାକ୍ତର ସୁବାଷ ନାୟକ, ଜିଲ୍ଲାର ସମସ୍ତ ପଞ୍ଚାୟତର ଜନ ପତିନିଧି, ସ୍ଵାସ୍ଥ୍ୟ ବିଭାଗର ଗୋଷ୍ଟୀ ସ୍ଵାସ୍ଥ୍ୟ କେନ୍ଦ୍ରର ସମସ୍ତ ଚିକିତ୍ସା ଅଧିକାରୀ, ଜିଲ୍ଲା ସଂଯୋଜକ ରୁଦ୍ର ପ୍ରସାଦ ଜେନା, ଦିଲ୍ଲୀପ ପ୍ରଧାନ, ଆଶୁତୋଷ ସାମନ୍ତସିଂହାରଙ୍କ ସମେତ ବହୁ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।
Related posts
-
ସିଭିଲ ସୋସାଇଟି ନୟାଗଡ଼ ପକ୍ଷରୁ ୭୬ତମ ଗଣତନ୍ତ୍ର ଦିବସ ପାଳନ
ନୟାଗଡ଼, (ନୟାଗଡ଼ ଦର୍ପଣ): ସିଭିଲ ସୋସାଇଟି ନୟାଗଡ଼ ପକ୍ଷରୁ ୭୬ତମ ଗଣତନ୍ତ୍ର ଦିବସ ସକାଳ ୦୭.୩୦ ସମୟରେ ସ୍ଥାନୀୟ ହୋଟେଲ ନିଳମାଧବ... -
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ ୭୬ତମ ସାଧାରଣ ତନ୍ତ୍ର ଦିବସ ପାଳିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ ନୟାଗଡ଼ ପୁରୁଣା ସହର ଜଗନ୍ନାଥ ମନ୍ଦିର ଯଦୁମଣି ମଣ୍ଡପଠାରେ ୭୬ତମ ସାଧାରଣତନ୍ତ୍ର... -
ସହରରେ ପାର୍କିଂ ଓ ଟ୍ରାଫିକ ସମସ୍ୟା ନେଇ ସାମ୍ବାଦିକଙ୍କ ଅସନ୍ତୋଷ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସହରରେ ସୃଷ୍ଟି ହେଉଥିବା ଟ୍ରାଫିକ ସମସ୍ୟା ଓ ପାର୍କିଂ ସମସ୍ୟାକୁ ନେଇ ଜିଲ୍ଲା ସାମ୍ବାଦିକମାନେ ଗଭୀର ଉଦବେଗ...