ଶରଣକୁଳ, (ନୟାଗଡ଼ ଦର୍ପଣ): ଶିଖରପୁରଠାରେ ସି.ପି.ଆଇ.(ଏମ୍) ପକ୍ଷରୁ ଏକ ବଡ଼ ଧରଣର କର୍ମୀ ସମ୍ମିଳନୀରେ କେନ୍ଦ୍ରରେ କୃଷକ-ଶ୍ରମିକ ବିରୋଧୀ ବିଜେପି ମେଣ୍ଟ ସରକାରକୁ ଏବଂ ତାକୁ ସମର୍ଥନ କରୁଥିବା ଓଡିଶାର ବିଜେଡ଼ି ଦଳକୁ ଆଗାମୀ ସାଧାରଣ ନିର୍ବାଚନରେ ପରାସ୍ତ କରିବା ପାଇଁ ନିଷ୍ପତ୍ତି ନେବା ସହିତ ସି.ପି.ଆଇ.ଏମ୍ ପ୍ରାର୍ଥୀଙ୍କୁ ବିଜୟୀ କରିବା ପାଇଁ ଅଣ୍ଟା ଭିଡିବାକୁ ଶପଥ ନିଆଯାଇଛି। ପାର୍ଟିର ବରିଷ୍ଠ ନେତା ବିଶ୍ଵନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମ୍ମିଳନୀରେ ରାଜ୍ୟ ସଂପାଦକ ମଣ୍ଡଳୀ ସଭ୍ୟ କମ୍ରେଡ୍ ସୁରେଶ ପାଣିଗ୍ରାହୀ ଓ ଦୁଷ୍ମନ୍ତ ଦାସ କେନ୍ଦ୍ର ବିଜେପି ସରକାରର ଦରବୃଦ୍ଧି ନୀତି,ଘରୋଇକରଣ ନୀତି, ଗଣତନ୍ତ୍ର ଆଉ ସାମ୍ବିଧାନିକ ବିଧିବ୍ୟବସ୍ଥା ବିରୋଧୀ ଏକଛତ୍ରବାଦ ନୀତି ବିରୁଦ୍ଧରେ ବ୍ୟାପକ ଆଲୋଚନା ରଖିଥିଲେ। ଜିଲ୍ଲାର ଅନ୍ୟତମ ନେତୃତ୍ବ କମ୍ରେଡ୍ ଶରତଚନ୍ଦ୍ର ବେହେରା, ଗୋଲକ ବିହାରୀ ମୁଦୁଲି, ପବିତ୍ର ଇନ୍ଦ୍ରଜିତ, ନିତ୍ୟାନନ୍ଦ ପରିଡ଼ା, ସୁରେଶ ଚନ୍ଦ୍ର ସ୍ବାଇଁ ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ। ଯୁବଫେଡେରେସନର ରାଜ୍ୟ ସଭାପତି ତଥା ଅଞ୍ଚଳର ଗଣ ଆନ୍ଦୋଳନର ନେତା ସରୋଜ କୁମାର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ ଏବଂ ଶ୍ରମିକନେତା କପିଳ ସାହୁ ଉଦଯାପନୀ ସଙ୍ଗୀତ ଗାନ କରିଥିଲେ।
Related posts
-
ବିତର୍କ ପ୍ରତିଯୋଗିତା; ବରିଷ୍ଠରେ ଶୁଭାଶିଷ, କନିଷ୍ଠରେ ପ୍ରିୟରଞ୍ଜନ ପ୍ରଥମ
ନୟାଗଡ଼,(ନୟାଗଡ଼ ଦର୍ପଣ): ଦୈନିକ ଖବରକାଗଜ ‘ସକାଳ’ ୪ର୍ଥ ସ୍ୱନ୍ନକ୍ଷତ୍ର ଦିବସ ଉପଲକ୍ଷେ ନୟାଗଡ଼ ଜିଲ୍ଲାସ୍ତରୀୟ ବିତର୍କ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ।... -
ଜିଲ୍ଲା ସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା କାର୍ଯ୍ୟକ୍ରମ
ନୟାଗଡ଼, (ନୟାଗଡ଼ ଦର୍ପଣ): ପ୍ରଜ୍ଞାନ ମିଶନ, ଓଡ଼ିଶାଦ୍ଵାରା ଜିଲ୍ଲାସ୍ତରୀୟ ଗୀତା ସୁଗୀତା କର୍ତ୍ତବ୍ୟା କାର୍ଯ୍ୟକ୍ରମ ତଥା ଗୀତା ଆବୃତ୍ତି ପ୍ରତିଯୋଗିତା ସ୍ଥାନୀୟ... -
ଡଃ.ସୁରେଶ ବରାଡଙ୍କ ପୁସ୍ତକ “ଗୀତାର ପ୍ରଥମ ଶବ୍ଦ” ବାଚସ୍ପତିଙ୍କ କରକମଳରେ ଉନ୍ମୋଚିତ
ଶରଣକୁଳ, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ସାରସ୍ଵତ ସାଧକ, ଗାଳ୍ପିକ, ଔପନ୍ୟାସିକ, କାବ୍ୟକାର, କବି ଡ.ସୁରେଶ ଚନ୍ଦ୍ର ବରାଡଙ୍କ ଆଧ୍ୟାତ୍ମିକ ପୁସ୍ତକ...