ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ପାଇଁ ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିର୍ଦେଶ

ଚାରି ସପ୍ତାହ ଭିତରେ ଅତିରିକ୍ତ ସତ୍ୟପାଠ ଦାଖଲ କର

ନୟାଗଡ଼, (ନୟାଗଡ଼ ଦର୍ପଣ): ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କ ଶିକ୍ଷା ପାଇଁ ସାଧାରଣ ବିଦ୍ୟାଳୟରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ ମାନ୍ୟବର ସୁପ୍ରିମକୋର୍ଟ ଡବ୍ଲୁ.ପି (ସି) ୧୩୨; ୨୦୧୬ ତା: ୨୮/୧୦/୨୦୨୧ ରେ ଏକ ରାୟ ଶୁଣାଣି କରି ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ପ୍ରତ୍ୟେକ ସାଧାରଣ ସରକାରୀ ବିଦ୍ୟାଳୟରେ ଜଣେ ଜଣେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ମାନ୍ୟବର ସର୍ବୋଚ୍ଚ ନ୍ୟାୟଳୟର ନ୍ୟାୟଧିଶ ସିଟି ରବିକୁମାର ଓ ରାଜେଶ ବିନ୍ଦଲଙ୍କ ଖଣ୍ଡ ପୀଠରେ ସେହି ରାୟ ଉପରେ ଆଜି ଶୁଣାଣି ହୋଇଥିଲା। ଏହି ଶୁଣାଣିରେ ମାନ୍ୟବର ସର୍ବୋଚ୍ଚ ନ୍ୟାୟଳୟ ସମସ୍ତ ରାଜ୍ୟକୁ ଚ଼ାରି ସପ୍ତାହ ଭିତରେ ଅତିରିକ୍ତ ଆଫିଡ଼େଭିଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଭାରତୀୟ ପୁନର୍ବାସ ପରିଷଦରେ ନାମ ପଞ୍ଜିକରଣ କରିଥିବା କେତେ ଜଣ ସ୍ବତନ୍ତ୍ର ଶିକ୍ଷକଙ୍କୁ ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି। ଯେଉଁମାନେ ବର୍ତ୍ତମାନ ଚୁକ୍ତିଭିତ୍ତିକ ଭିତ୍ତିରେ କାର୍ଯ୍ୟ କରୁଛନ୍ତି । ତାଙ୍କର‌ ଚ଼ାକିରୀ ସର୍ତ୍ତାବଳୀର ଆଦିର ସମ୍ପୁର୍ଣ୍ଣ ତଥ୍ୟ ଦେବାକୁ କହିଛନ୍ତି ତତସହିତ ରାଜ୍ୟର ସାଧାରଣ ବିଦ୍ୟାଳୟରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ଖୁବଶୀଘ୍ର ନିଯୁକ୍ତି ଦେବାକୁ କହିଛନ୍ତି। ଓଡିଶା ଆବେଦନକାରୀଙ୍କ ତରଫରୁ ଆଇନଜୀବୀ ସ୍ରିଷ୍ଠି ଅଗ୍ନିହୋତ୍ରୀ ନିଜର ପକ୍ଷ ଉପସ୍ଥାପନ କରିଥିଲେ। ଏହି ରାୟ ପରେ ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରସନ ଫର୍ ଦିବ୍ୟାଙ୍ଗ ସଂଘ କହିଛି, ମାନ୍ୟବର ସୁପ୍ରିମକୋର୍ଟ ବାରମ୍ବାର ନିର୍ଦ୍ଦେଶ ଦେଇଛନ୍ତି ଏବଂ ଆମେ ବାରମ୍ବାର ରାଜ୍ୟ ସରକାରଙ୍କୁ ଦାବି ଉପସ୍ଥାପନ କରୁଥିଲେ ମଧ୍ୟ ରାଜ୍ୟ ସରକାର କାହିଁକି ଦୃଷ୍ଟି ଆକର୍ଷଣ କରୁନାହାନ୍ତି। ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଏବଂ ଖୁବଶୀଘ୍ର ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକର ବିଜ୍ଞାପନ ବାହାର କରିବା ପାଇଁ ରାଜ୍ୟ ସରକାରଙ୍କ ନିକଟରେ ଦୃଢ଼ ଦାବି ରଖୁଛି। ସଙ୍ଗଠନ ମଧ୍ଯ ବାରମ୍ବାର ଆଲୋଚନା କରିବା ପରେ ବିଫଳ ହେଇଛି । ବିଭିନ୍ନ ମହଲରୁ ଦାବି ଉଠିଛି ଭିନ୍ନକ୍ଷମ ବିଦ୍ୟାର୍ଥୀଙ୍କ ପାଇଁ ସରକାର ତୁରନ୍ତ ପଦକ୍ଷେପ ଗ୍ରହଣ କରୁ। ଏ ନେଇ ପ୍ରଦେଶ କଂଗ୍ରେସ କମିଟି ମଧ୍ୟ ସାମ୍ବାଦିକ ସମ୍ମିଳନୀ କରିଥିଲେ । ଓଡ଼ିଶାରେ ପ୍ରାୟ ୮ ହଜାରରୁ ଅଧିକ ଆଶାୟୀ ସ୍ୱତନ୍ତ୍ର ଶିକ୍ଷକ ଭାରତୀୟ ପୁନର୍ବାସ ପରିଷଦରେ ନାମ ପଞ୍ଜୀକୃତ କରି ବେକାର ହେଇ ଘରେ ବସିଛନ୍ତି।

Related posts