ନୟାଗଡ଼,(ନୟାଗଡ଼ ଦର୍ପଣ): ମଧ୍ୟପ୍ରଦେଶ ରାଜଧାନୀ ଭୋପାଳ ସ୍ଥିତ ପଣ୍ଡିତ ସୁନ୍ଦରଲାଲ ଶର୍ମା ସେଣ୍ଟ୍ରାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଭୋକେସନାଲ୍ ଏଜୁକେସନ୍ ଦ୍ବାରା ଜାତୀୟ ସ୍ତରରେ ଗତ ୫ ଦିନ ଧରି ଚାଲିଥିବା କାପାସିଟି ବଲଡିଙ୍ଗ ଅଫ ଟିଚର୍ସ ଫର୍ ଭୋକେସନାଲାଇଜେନ୍ ଅଫ୍ ଏଜୁକେସନ୍ ଟ୍ରେନିଂ ରେ ଓଡ଼ିଶାର ବିଭିନ୍ନ ଜିଲ୍ଲାର ୪୭ ଜଣ ଶିକ୍ଷକ ଶିକ୍ଷୟିତ୍ରୀମାନେ ମାଷ୍ଟର ଟ୍ରେନର୍ ଭାବରେ ଯୋଗ ଦେଇଥିଲେ। ସେମାନଙ୍କ ମଧ୍ୟରୁ ନୟାଗଡ଼ ଜିଲ୍ଲାରୁ ଦୁଇ ଜଣ ଶିକ୍ଷକ ଯୋଗଦାନ କରିଥିଲେ।ନୟାଗଡ଼ ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ହରେକୃଷ୍ଣପୁରର ଶିକ୍ଷୟିତ୍ରୀ କାଦମ୍ବିନୀ ମହାପାତ୍ର ଏବଂ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,ଶ୍ୟାମଘନପୁରର ସହକାରୀ ଶିକ୍ଷକ ରବୀନ୍ଦ୍ର କୁମାର ପ୍ରଧାନ ମାଷ୍ଟର ଟ୍ରେନର ଭାବେ ଯୋଗଦାନ କରିଥିଲେ। ଶିକ୍ଷକତା ବୃତ୍ତିର ପ୍ରକୃତ ଲକ୍ଷ୍ୟ ହେଉଛି ପିଲାମାନଙ୍କୁ ସେମାନଙ୍କ ଯୋଗ୍ୟତା ଅନୁସାରେ ରୋଜଗାରକ୍ଷମ କରେଇବା। ପିଲାମାନଙ୍କ ଭିତରେ ଥିବା ଦକ୍ଷତା କୁ ଚିହ୍ନଟ କରି ସେଇ ଦିଗରେ ସେମାନଙ୍କୁ ଯୋଗ୍ୟ ବନେଇବା ହେଉଛି ଏହି ବୃତ୍ତି ଭିତ୍ତିକ ଶିକ୍ଷାର ମୂଳ ଲକ୍ଷ୍ୟ ବୋଲି କୁହାଯାଇଥିଲା। ଏହି ପ୍ରଶିକ୍ଷଣ ଶିବିରରେ ଅନୁଷ୍ଠାନର ଯୁଗ୍ମ ନିର୍ଦ୍ଦେଶକ ପ୍ରଫେସର ଦୀପକ ପାଲିଆଲ, ପ୍ରଶିକ୍ଷଣ ସଂଯୋଜକ ପ୍ରଫେସର ଏ.କେ. ନାୟକ,ହୋଟେଲ ତାଜର ପୂର୍ବତନ ଉପସଭାପତି ବିପିନ ଜୈନ ପ୍ରମୁଖ ଯୋଗଦାନ କରି ପ୍ରଶିକ୍ଷାର୍ଥୀ ମାନଙ୍କୁ ଟ୍ରେନିଂ ପ୍ରଦାନ କରିଥିଲେ।
Related posts
-
ନିଖିଳ ଉତ୍କଳ ଶୁଣ୍ଢୀ ସମାଜର ଜିଲ୍ଲା ସ୍ତରୀୟ ସମାବେଶ ଅନୁଷ୍ଠିତ ହୋଇଯାଇଛି
ଦଶପଲ୍ଲା, (ନୟାଗଡ଼ ଦର୍ପଣ): ନିଖିଳ ଉତ୍କଳ ଶୁଣ୍ଢୀ ସମାଜର ଜିଲ୍ଲାସ୍ତରୀୟ ସମାବେଶ ଦଶପଲ୍ଲା ସ୍ଥିତ ଶ୍ରୀକୃଷ୍ଣ କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଅଛି।... -
ଗଣିଆରେ ଉତ୍କଳ ସାମ୍ବାଦିକ ସଂଘର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ
ନୟାଗଡ଼,(ନୟାଗଡ଼ ଦର୍ପଣ): ଗଣିଆ ଶିକ୍ଷକ ଭବନ ପରିସରରେ ନୟାଗଡ଼ ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି... -
ନୟାଗଡ଼ ଗସ୍ତରେ ୨୪ ଜିଲ୍ଲାର ଜିଲ୍ଲା ପରିଷଦ ଅଧ୍ୟକ୍ଷ
ରାଜ୍ୟ ଜିଲ୍ଲା ପରିଷଦ ସଂଘ ପକ୍ଷରୁ ଆଲୋଚନା ଚକ୍ର ନୟାଗଡ଼, (ନୟାଗଡ଼ ଦର୍ପଣ): ରାଜ୍ୟ ଜିଲ୍ଲା ପରିଷଦ ସଂଘ ପକ୍ଷରୁ ଆଜି...