ଶହ ଶହ କର୍ମୀଙ୍କ ସହ ବିଜେଡ଼ିରେ ମିଶିଲେ ଇରାନୀ

ନୟାଗଡ଼, (ନୟାଗଡ଼ ଦର୍ପଣ): ବିଜେଡିରେ ଇରାନୀ ରାୟ। ବିଜେପି ନେତ୍ରୀ ଇରାନୀ ରାୟ ବିଜେଡିରେ ଯୋଗ ଦେଇଛନ୍ତି। ଆଜି ଭୁବନେଶ୍ୱର ସ୍ଥିତ ଶଙ୍ଖ ଭବନରେ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି । ଶହ ଶହ ସମର୍ଥକଙ୍କ ସହିତ ସେ ଶଙ୍ଖ ଭବନରେ ବିଜେଡିରେ ଯୋଗ ଦେଇଛନ୍ତି। ସାଂସଦ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ନୟାଗଡ଼ ବିଧାୟକ ତଥା ବରିଷ୍ଠ ବିଜେଡି ନେତା ଡ଼ ଅରୁଣ କୁମାର ସାହୁ ଓ ରାଜ୍ୟସଭା ସାଂସଦ ସଶ୍ମିତ ପାତ୍ର ମଧ୍ୟ ଏହି ମିଶ୍ରଣ ପର୍ବରେ ଉପସ୍ଥିତ ଥିଲେ। ସୂଚନା ଥାଉକି ଇରାନୀ ରାୟ କିଛି ଦିନ ତଳେ ବିଜେପି ଛାଡିଥିଲେ । ନୟାଗଡ଼ରୁ ୨୦୧୯ରେ ବିଜେପିର ବିଧାୟକ ପ୍ରାର୍ଥୀ ଭାବେ ନିର୍ବାଚନ ଲଢିଥିଲେ ଇରାନୀ । ତେବେ ବିଜେଡିରେ ମିଶିଲା ପରେ ଇରାନୀ ବିଜେପି ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ନୟାଗଡ଼ରେ ବିଜେପି ପାଇଁ ଅନେକ କିଛି କରିଛି। ହେଲେ ମୋ ପରିଶ୍ରମ ଓ ତ୍ୟାଗର ସମ୍ମାନ ମତେ ମିଳିନି । ମୋ ସହିତ ଅନ୍ୟାୟ ହୋଇଛି !

Related posts