ନୟାଗଡ଼,(ନୟାଗଡ଼ ଦର୍ପଣ): ପ୍ରବଳ ଖରାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ସମୟ ପରିବର୍ତ୍ତନ ପାଇଁ ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ଜିଲ୍ଲାପାଳଙ୍କ ନିକଟରେ ଆଜି ପୂର୍ବାହ୍ନରେ ଦାବି କରାଯାଇଥିଲା। ନାଗରିକ ମଞ୍ଚ ପକ୍ଷରୁ ସଭାପତି ପ୍ରମୋଦ ପଟ୍ଟନାୟକ, ସମ୍ପାଦକ ଲକ୍ଷ୍ମୀଧର ସାହୁ ଏବଂ ଉପଦେଷ୍ଟା ପ୍ରଶାନ୍ତ କୁମାର ଦାସ ଜିଲ୍ଲାପାଳ ସ୍ୱଧା ଦେବ ସିଂଙ୍କୁ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଭେଟି ତୁରନ୍ତ ବିଦ୍ୟାଳୟ ସମୟ ପରିବର୍ତ୍ତନ କରିବା ପାଇଁ ଦାବିପତ୍ର ପ୍ରଦାନ କରିଥିଲେ । ବର୍ତ୍ତମାନ ନୟାଗଡ଼ ଜିଲ୍ଲାରେ ଦିନର ତାପମାତ୍ରା ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଦିନ ସାଢ଼େ ୧୧ଟା ବେଳେ ବିଦ୍ୟାଳୟ ଛୁଟି ହେଉଥିବାରୁ ପ୍ରବଳ ଖରାରେ ପିଲାମାନେ ଘରକୁ ଫେରୁଛନ୍ତି। ଫଳରେ ଅଂଶୁଘାତ ତଥା ଡିହାଇଡ୍ରେସନ ସମସ୍ୟାରେ ଅଧିକାଂଶ ପିଲା ସମ୍ମୁଖୀନ ହେଉଥିବା ଅଭିଯୋଗ ହେଉଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଚିଠି ନଂ ୨୯୭୦ ଅନୁସାରେ ୪ ତାରିଖରୁ ବିଦ୍ୟାଳୟ ସମୟ ସକାଳ ୬.୩୦ ରୁ ୧୦.୩୦ ପର୍ଯ୍ୟନ୍ତ ଚାଲିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
Related posts
-
ନିଖିଳ ଉତ୍କଳ ଶୁଣ୍ଢୀ ସମାଜର ଜିଲ୍ଲା ସ୍ତରୀୟ ସମାବେଶ ଅନୁଷ୍ଠିତ ହୋଇଯାଇଛି
ଦଶପଲ୍ଲା, (ନୟାଗଡ଼ ଦର୍ପଣ): ନିଖିଳ ଉତ୍କଳ ଶୁଣ୍ଢୀ ସମାଜର ଜିଲ୍ଲାସ୍ତରୀୟ ସମାବେଶ ଦଶପଲ୍ଲା ସ୍ଥିତ ଶ୍ରୀକୃଷ୍ଣ କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଅଛି।... -
ଗଣିଆରେ ଉତ୍କଳ ସାମ୍ବାଦିକ ସଂଘର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ
ନୟାଗଡ଼,(ନୟାଗଡ଼ ଦର୍ପଣ): ଗଣିଆ ଶିକ୍ଷକ ଭବନ ପରିସରରେ ନୟାଗଡ଼ ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି... -
ନୟାଗଡ଼ ଗସ୍ତରେ ୨୪ ଜିଲ୍ଲାର ଜିଲ୍ଲା ପରିଷଦ ଅଧ୍ୟକ୍ଷ
ରାଜ୍ୟ ଜିଲ୍ଲା ପରିଷଦ ସଂଘ ପକ୍ଷରୁ ଆଲୋଚନା ଚକ୍ର ନୟାଗଡ଼, (ନୟାଗଡ଼ ଦର୍ପଣ): ରାଜ୍ୟ ଜିଲ୍ଲା ପରିଷଦ ସଂଘ ପକ୍ଷରୁ ଆଜି...