ନୟାଗଡ଼, (ନୟାଗଡ଼ ଦର୍ପଣ): ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳନ ଅବସରରେ ନୟାଗଡ଼ ଏନଏସି ଉଚ୍ଚ ବିଦ୍ୟାଳୟର ଦୁଇଜଣ ଛାତ୍ରଛାତ୍ରୀ ପ୍ରବନ୍ଧ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପୁରସ୍କୃତ ହୋଇଛନ୍ତି। ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଉପଲକ୍ଷେ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏନଏସି ଉଚ୍ଚ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀ ଛାତ୍ରୀ ଶ୍ରଦ୍ଧାଞ୍ଜଳି ଦାସ ‘ମୋ ସ୍ୱାସ୍ଥ୍ୟ ମୋ ଅଧିକାର’ ଶୀର୍ଷକ ପ୍ରବନ୍ଧ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ସେହି ଶ୍ରେଣୀର ଛାତ୍ର ଆୟୁଷ୍ମନ ବେହେରା ଦ୍ଵିତୀୟ ସ୍ଥାନ ଅଧିକାର କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯୋଗଦାନ କରିଥିବା ଅତିରିକ୍ତ ଜିଲ୍ଲାପାଳ ଦିଲ୍ଲୀପ କୁମାର ବଳ ଏବଂ ସମ୍ମାନିତ ଅତିଥି ଜିଲ୍ଲା ଶିକ୍ଷାଧିକାରୀ ରାଜଶ୍ରୀ ପଟ୍ଟନାୟକଙ୍କ ଠାରୁ ଉଭୟେ ମାନପତ୍ର ଏବଂ ପୁରସ୍କାର ଗ୍ରହଣ କରିଥିଲେ। ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ପୂର୍ଣ୍ଣିମା ତ୍ରିପାଠୀଙ୍କ ମାର୍ଗଦର୍ଶନରେ ପୁରସ୍କୃତ ହୋଇଥିବା ଉଭୟ ଛାତ୍ରଛାତ୍ରୀଙ୍କୁ ପ୍ରଧାନ ଶିକ୍ଷୟିତ୍ରୀ ରସିଦା ଖାତୁନ ଅଭିନନ୍ଦନ ଜଣାଇଛନ୍ତି।
Related posts
-
ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ ସମିତିର ବୈଠକ
ନୟାଗଡ଼, (ନୟାଗଡ଼ ଦର୍ପଣ): ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ ସମିତିର ବୈଠକ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ... -
ନୟାଗଡ଼ ଜିଲ୍ଳାରେ ସକାଳ ୭ରୁ ରାତ୍ର ୯ଘଟିକା ପର୍ଯ୍ୟନ୍ତ ଭାରୀଯାନରେ ପରିବହନ ନିଷିଦ୍ଧ
ନୟାଗଡ଼, (ନୟାଗଡ଼ ଦର୍ପଣ): ମୋଟର ଯାନ ଆକ୍ଟ ୧୯୮୮(୫୯)ର ସେକ୍ସନ ୧୧୫ ଏବଂ ଓଡ଼ିଶା ମୋଟରଯାନ ରୁଲ ୧୯୯୩ର ରୁଲ ୧୭୩... -
ସରକାରୀ ଆଇ.ଟି.ଆଇ ନୟାଗଡ଼ରେ ଆଇନ ସଚେତନତା
ନୟାଗଡ଼,(ନୟାଗଡ଼ ଦର୍ପଣ): ଶିକ୍ଷା ଗ୍ରହଣ ଯେପରି ଗୁରୁତ୍ଵପୂର୍ଣ୍ଣ, ସେହିପରି ସଠିକ ବିଷୟ ଚୟନ, ଅଧିକାର, କର୍ତ୍ତବ୍ୟ ଓ ଆଇନଗତ ଜ୍ଞାନ ମଧ୍ୟ...