ନୟାଗଡ଼ ଜିଲ୍ଲା ବିଜୁ ଜନତା ଦଳର ସହ-ପର୍ଯ୍ୟବେକ୍ଷକ ଇରାନୀ ରାୟ

ନୟାଗଡ଼,(ନୟାଗଡ଼ ଦର୍ପଣ): ବିଜେଡ଼ି ନେତ୍ରୀ ଇରାନୀ ରାୟ ନୟାଗଡ଼ ଜିଲ୍ଲା ପାଇଁ ବିଜୁ ଜନତା ଦଳର ସହ ପର୍ଯ୍ୟବେକ୍ଷକ ଭାବେ ପାଇଲେ ନିଯୁକ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଶ୍ରୀମତୀ ରାୟଙ୍କୁ ନୂଆ ଦାୟୀତ୍ବ ଦେଇଛନ୍ତି। ଇରାନୀ ରାୟ ୨୦୧୯ ସାଧାରଣ ନିର୍ବାଚନରେ ବିଜେପି ଦଳ ପକ୍ଷରୁ ନୟାଗଡ଼ରେ ବିଧାୟିକା ପାର୍ଥୀନୀ ଭାବେ ଲଢେଇ କରି ପରାଜୟ ହୋଇଥିଲେ। ତେବେ ବିଜେପି ଦଳ ତାଙ୍କୁ କଣଠେସା କରିବା ସହ ମହିଳାଙ୍କୁ ସମ୍ମାନ ନଦେବାରୁ କିଛି ଦିନ ହେଲା ଇରାନୀ ବିଜେପି ଛାଡ଼ି ବିଜେଡ଼ି ଯୋଗ ଦେଇଥିଲେ। ମିଶ୍ରଣ ହେବା ଦିନ ଠାରୁ ବିଜେଡ଼ି ଯେଉଁ ଦାୟିତ୍ୱ ଦେଇଛି, ତାକୁ ସୁଚାରୁ ରୂପେ ତୁଲାଇ ଆସୁଛନ୍ତି। ତାଙ୍କ କାର୍ଯ୍ୟକଳାପ ଦେଖି ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଇରାନୀଙ୍କୁ ନୟାଗଡ଼ ଜିଲ୍ଲା ବିଜୁ ଜନତା ଦଳର ସହ-ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡ଼ିଛି।

Related posts