ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ଦିନକୁ ଦିନ ଶକ୍ତିଶାଳୀ ହେବାରେ ଲାଗିଛି । ବିରୋଧୀ ଦଳର ୧୭୦୦ ରୁ ଉର୍ଦ୍ଧ୍ୱ ନେତା ଓ କର୍ମୀ ବିଜେଡିରେ ଯୋଗ ଦେଲେଣି । ଦିନକୁ ଦିନ ଶକ୍ତିହୀନ ହେଉଛି ବିରୋଧୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିତୀ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେଉଛନ୍ତି ବିରୋଧୀ ନେତା । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ନିତି ଆଦର୍ଶ ଓ ବିକାଶ ମୁଳକ କାର୍ଯ୍ୟରେ ସନ୍ତୁଷ୍ଟ ହୋଇ ଅନେକ ବିରୋଧୀ ନେତା ବିଜେଡିରେ ଯୋଗ ଦେଉଛନ୍ତି । ଯୁବ ଶକ୍ତିକୁ ନେଇ କରାଯାଇଥିବା ଫ୍ଲାଗ ମାର୍ଚ୍ଚ ବିରୋଧୀଙ୍କୁ ଶକ୍ତ ଝଟ୍କା ଦେଇଛି । ୧୦ ହଜାରରୁ ଉର୍ଦ୍ଧ୍ୱ କର୍ମୀ ଏଥିରେ ସାମିଲ ହୋଇଥିଲେ ।
ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜେଡି କିପରି ଦିନକୁ ଦିନ ଶକ୍ତିଶାଳୀ ହେଉଛି ଏହାର ନମୁନା ଦେଖିବାକୁ ମିଳୁଛି । ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଆଜି ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଉପସ୍ଥିତିରେ ମାଛିପଡ଼ା ଗ୍ରାମ ପଞ୍ଚାୟତର ଆଗ ଧାଡିର ବିରୋଧୀ ନେତା ପୁର୍ଣ୍ଣଚନ୍ଦ୍ର ସାହୁ, ପ୍ରମୋଦ କୁମାର ବେହେରା (ମିଞ୍ଜା) ଓ ପ୍ରମୋଦ କୁମାର ସାହୁ (ଗୁରେଇ) ପ୍ରମୁଖ ବିଜେଡିରେ ଯୋଗ ଦେଇଛନ୍ତି । ଆଜିର ଏହି ମିଶ୍ରଣ ପର୍ବରେ ନୟାଗଡ଼ ବିଧାୟକଙ୍କ ସମେତ ଜିଲ୍ଲା ପରିଷଦ ସୁବାଷ କଅଁର ପ୍ରମୁଖ ଉପସ୍ଥିତ ରହିଥିଲେ । ନୟାଗଡ଼ ବିଧାୟକ ସମସ୍ତଙ୍କୁ ସ୍ୱାଗତ କରିଥିଲେ । ଏହି ପରିପ୍ରେକ୍ଷୀରେ ନବୀନ ପଟ୍ଟନାୟକ ଜିନ୍ଦାବାଦ, ଡ. ଅରୁଣ କୁମାର ସାହୁ ଜିନ୍ଦାବାଦ, ଅରୁପ ପଟ୍ଟନାୟକ ଜିନ୍ଦାବାଦ, ଶଙ୍ଖ ଚିହ୍ନ ଜିନ୍ଦାବାଦ, ଯୋଡ଼ି ଶଙ୍ଖ ଜିନ୍ଦାବାଦ ଓ ଆମ ପାଇଁ ବଡ଼ ଆମ ନୟାଗଡ଼ ର ନାରା ଦେଇଥିଲେ । ଆଗାମୀ ଦିନରେ ବିଜୁ ଜନତା ଦଳକୁ ଅଧୀକ ଶକ୍ତିଶାଳୀ କରିବା ପାଇଁ ପ୍ରକାଶ କରିଥିଲେ ।