ପୁଣି ୧୦ରୁ ଉର୍ଦ୍ଧ୍ୱ ବିରୋଧୀ ନେତା ବିଜେଡିରେ ସାମିଲ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ଦିନକୁ ଦିନ ଶକ୍ତିଶାଳୀ ହେବାରେ ଲାଗିଛି । ବିରୋଧୀ ଦଳର ୨୧୦୦ରୁ ଉର୍ଦ୍ଧ୍ୱ ନେତା ଓ କର୍ମୀ ବିଜେଡିରେ ଯୋଗ ଦେଲେଣି। ଆଗାମୀ ନିର୍ବାଚନ ପାଇଁ ପ୍ରାର୍ଥୀମାନେ ନିର୍ବାଚନ ପ୍ରଚାର କାର୍ଯ୍ୟକୁ ଯୋରଦାର କରିଥିବା ବେଳେ ଏହି ସମୟରେ ପ୍ରତ୍ୟେକ ଦିନ ଅନେକ ବିରୋଧୀ ଦଳର ନେତା ବିଜେଡିରେ ଯୋଗ ଦେଉଛନ୍ତି । ବିଜେଡି ଅଧୀକ ଶକ୍ତିଶାଳୀ ହେବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ନୀତି ଆଦର୍ଶ ଓ ବିକାଶ ମୁଳକ କାର୍ଯ୍ୟରେ ସନ୍ତୁଷ୍ଟ ହୋଇ ବିଜେଡିରେ ଯୋଗ ଦେଉଛନ୍ତି ବିରୋଧୀ ନେତା। ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଓ ବରିଷ୍ଠ ବିଜେଡି ନେତ୍ରୀ ଇରାନୀ ରାୟ ସମସ୍ତଙ୍କୁ ସ୍ୱାଗତ କରିଛନ୍ତି । କାଳିକାପ୍ରସାଦ ଗ୍ରାମ ପଞ୍ଚାୟତର ଚିନରା ଗ୍ରାମର ବହୁ ବିରୋଧୀ ଦଳର ବହୁ ନେତା ବିଜେଡିରେ ଯୋଗ ଦେଇଛନ୍ତି । ଚିନରା ଗ୍ରାମର ନିଳମଣି ରାଉତ, ପ୍ରମୋଦ ଭଟ୍ଟ, ସନ୍ତୋଷ ମଳିକ, ତୋଫାନ ନାୟକ, ସମୀର ବେହେରା, ସରୋଜ ନାୟକ, ବ୍ରହ୍ମାନନ୍ଦ ସାହୁ, ପ୍ରଶନ୍ନ ନାୟକ, ମେଘା ନାୟକ, ଜଳଧର ବେହେରା ପ୍ରମୁଖ ବିଜେଡିରେ ଯୋଗ ଦେଇଛନ୍ତି । ଏହି ମିଶ୍ରଣ ପର୍ବରେ କାଳିକାପ୍ରସାଦର ଗ୍ରାମ ପଞ୍ଚାୟତର ବିଜେଡି ପର୍ଯ୍ୟବେକ୍ଷକ ରାଜକିଶୋର ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ । ବିଜୁ ଜନତା ଦଳ ପକ୍ଷରୁ ସମସ୍ତଙ୍କୁ ସ୍ୱାଗତ କରାଯାଇଥିଲା। ଆଗାମୀ ଦିନରେ ବିଜୁ ଜନତା ଦଳକୁ ଶକ୍ତିଶାଳୀ କରିବାକୁ ଆହ୍ୱାନ ଦେଇଥିଲେ ।

Related posts