ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ଦିନକୁ ଦିନ ଶକ୍ତିଶାଳୀ ହେବାରେ ଲାଗିଛି । ବିରୋଧୀ ଦଳର ୨୨୦୦ ରୁ ଉର୍ଦ୍ଧ୍ୱ ନେତା ଓ କର୍ମୀ ବିଜେଡିରେ ଯୋଗ ଦେଲେଣି । ଦିନକୁ ଦିନ ଶକ୍ତିହୀନ ହେଉଛି ବିରୋଧୀ । ଆଗାମୀ ନିର୍ବାଚନ ପାଇଁ ପ୍ରାର୍ଥୀ ମାନେ ନିର୍ବାଚନ ପ୍ରଚାର କାର୍ଯ୍ୟକୁ ଯୋରଦାର କଲେଣି । ଏହି ସମୟରେ ପ୍ରତ୍ୟେକ ଦିନ ଅନେକ ବିରୋଧୀ ଦଳର ନେତା ମାନେ ବିଜେଡିରେ ଯୋଗ ଦେଉଛନ୍ତି । ବିଜେଡି ଅଧୀକ ଶକ୍ତିଶାଳୀ ହେବାରେ ଲାଗିଛି । ବିରୋଧୀ ଦଳର ବହୁ ପୁରୁଖା କର୍ମୀ ମାନେ ବିଜେଡିରେ ଯୋଗ ଦେଉଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେଉଛନ୍ତି ବିରୋଧୀ ନେତା । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ନୀତି ଆଦର୍ଶ ଓ ବିକାଶ ମୁଳକ କାର୍ଯ୍ୟରେ ସନ୍ତୁଷ୍ଟ ହୋଇ ଅନେକ ବିରୋଧୀ ନେତା ବିଜେଡିରେ ଯୋଗ ଦେଉଛନ୍ତି ।
ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଇଟାମାଟି ଗ୍ରାମ ପଞ୍ଚାୟତ ଓ ନାଟୁଗାଁ ଗ୍ରାମ ପଞ୍ଚାୟତର ବହୁ ବିରୋଧୀ ଦଳର କର୍ମୀ ମାନେ ବିଜେଡିରେ ଯୋଗ ଦେଇଛନ୍ତି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଓ ବରିଷ୍ଠ ବିଜେଡି ନେତ୍ରୀ ଇରାନୀ ରାୟ ସେମାନଙ୍କୁ ବିଜୁ ଜନତା ଦଳ ତରଫରୁ ସ୍ୱାଗତ କରିଛନ୍ତି । ଆଜିର ଏହି ମିଶ୍ରଣ ପର୍ବରେ ବିଜେଡି ନେତା ବିରେନ୍ଦ୍ର ନାୟକ, ପ୍ରଫୁଲ୍ଲ ଜେନା ଓ ପଦ୍ମ ଉଦୟଭାନୁ ପ୍ରମୁଖ ଉପସ୍ଥିତ ରହିଥିଲେ । ନବୀନ ପଟ୍ଟନାୟକ ଜିନ୍ଦାବାଦ, ଶଙ୍ଖ ଚିହ୍ନ ଜିନ୍ଦାବାଦ, ବିଜେଡି ଜିନ୍ଦାବାଦ, ଅରୁପ ପଟ୍ଟନାୟକ ଜିନ୍ଦାବାଦ, ଅରୁଣ ସାହୁ ଜିନ୍ଦାବାଦ ଓ ଆମ ପାଇଁ ବଡ଼ ଆମ ନୟାଗଡ଼ର ଶ୍ଳୋଗାନ ଦେଇଥିଲେ । ଆଗାମୀ ଦିନରେ ବିଜୁ ଜନତା ଦଳକୁ ଶକ୍ତିଶାଳୀ କରିବାକୁ ଆହ୍ୱାନ ଦେଇଥିଲେ ।