ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ନୟାଗଡ଼ ବ୍ଲକର ୮ଗୋଟି ଗ୍ରାମ ପଞ୍ଚାୟତରେ ପ୍ରଚାର କଲେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଓ ବିଜେଡିର ସାଂସଦ ପ୍ରାର୍ଥୀ ଅରୁପ ପଟ୍ଟନାୟକ । ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଲୋକଙ୍କ ନିକଟରେ ପହଞ୍ଚିଥିବା ବେଳେ ରାସ୍ତାଘାଟଠାରୁ ଆରମ୍ଭ କରି ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟଜଳ ଉପରେ ସରକାର ଗୁରୁତ୍ବ ଦେଇଛନ୍ତି। ଏହା ସହ ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ଅନେକ ବିକାଶ ମୁଳକ କାର୍ଯ୍ୟ ହୋଇଥିବା ପ୍ରକାଶ କରିଥିଲେ ବିଧାୟକ ପ୍ରାର୍ଥୀ ଅରୁଣ ।
ଆଜି ନୟାଗଡ଼ ବ୍ଲକର ବିଭିନ୍ନ ଗ୍ରାମ ପଞ୍ଚାୟତ ବୁଲି ଜୋର୍ଦାର୍ ପ୍ରଚାର ଆରମ୍ଭ କରିଛନ୍ତି। ମୁଁ ସଦାଦସର୍ବଦା ଆପଣ ମାନଙ୍କର ମୁଲିଆ ହୋଇ ରହିଛି । ନିର୍ବାଚନ ନୁହେଁ ସାରା ବର୍ଷ ତମାମ ଆପଣ ମାନଙ୍କ ପାଖରେ ମୁଁ ରହି ଆସିଛି । ଲୋକଙ୍କ ସେବା ପାଇଁ ମୁଁ ସବୁବେଳେ ତତ୍ପର ଏବଂ କାର୍ଯ୍ୟ କରିବା ମୋର ଏକ ନିଶା ବୋଲି କହିଥିଲେ।ଏହି ବିଜୟ କେବଳ ମୋର ହେବନାହିଁ,ବରଂ ମୋ ଅଞ୍ଚଳବାସୀଙ୍କର ବିଜୟ ହେବ ବୋଲି କହିଥିଲେ । ଠିକ ସେହିପରି କୌଣସି ବିକାଶମୂଳକ କାର୍ଯ୍ୟକୁ ଯେପରି କଷ୍ଟ ସ୍ୱୀକାର କରି ନିର୍ମାଣ କରାଯାଇଥାଏ,ସନ୍ତାନକୁ ଜନ୍ମ ଦେଇଥିବା ମା ହିଁ ବୁଝିପାରିବ। ଆଶା କରୁଛି ଆପଣ ସେ କଷ୍ଟକୁ ବୁଝିପାରିବେ।ସେ କଷ୍ଟକୁ ସହ୍ୟ କରିବା ଲାଗି ଶକ୍ତି ଓ ସାହସ ଯୋଗାଇଦେବେ ଓ ଯୋଡି ଶଙ୍ଖରେ ଆଶୀର୍ବାଦ କରି ନବୀନ ପଟ୍ଟନାୟକଙ୍କୁ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ କରି ସାରା ଭାରତବର୍ଷରେ ରେକର୍ଡ ସୃଷ୍ଟି କରିବେ ବୋଲି କହିଥିଲେ ଅରୁଣ।
ଅନ୍ୟପକ୍ଷେ ବିରୋଧୀଙ୍କ ଲଢେଇ ମୋ ବିରୁଦ୍ଧରେ ହୋଇଥିବାବେଳେ ମୋର ଲଢେଇ ନୟାଗଡ଼ର ସମସ୍ୟା ବିରୁଦ୍ଧରେ । ଆଜି ବିଜେଡି ବିଧାୟକ ପ୍ରାର୍ଥୀ ଆଜି ନୟାଗଡ଼ ବ୍ଲକ ଅନ୍ତର୍ଗତ କ୍ରିଦାଶପୁର, ନବଘନପୁର, ଲେଙ୍କୁଡିପଡା, ମାଛିପଡ଼ା, ନଡିଆଳି, ଖୁଣ୍ଟୁବନ୍ଧ, ସିନ୍ଦୁରିଆ ଓ ଘଡୁଆଳ ପଞ୍ଚାୟତରେ ବିଭିନ୍ନ ସଭା କରି ପ୍ରଚାର କାର୍ଯ୍ୟକୁ ଯୋରଦାର କରାଯାଇଛି । ଏହି ଅବସରରେ ବିଜେଡି ପୁରୀ ସାଂସଦ ପ୍ରାର୍ଥୀ ଅରୁପ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଦେଇଥିବା ବିକାଶର ବାର୍ତ୍ତାକୁ ଲୋକମାନଙ୍କ ପାଖରେ ରଖିଥିଲେ । ବିଜୁ ଜନତା ଦଳ ସରକାର ଗଠନ ପ୍ରଥମ ଦିନରେ ହିଁ ପ୍ରତ୍ୟେକ ଉପଭୋକ୍ତାଙ୍କୁ ୧୦୦ ୟୁନିଟ ମାଗଣା ବିଜୁଳି ସମେତ ସମସ୍ତଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଅନ୍ତର୍ଭୁକ୍ତ କରିବାକୁ ସଂକଳ୍ପ ନେଇଛି ବୋଲି ପ୍ରକାଶ କରିଛନ୍ତି।
ଏଥି ସହିତ ଯୁବବର୍ଗଙ୍କ ପାଇଁ ଯୁବ ବଜେଟ ସହ କୃଷି, ଶିଳ୍ପ,ଶିକ୍ଷା,ସ୍ବାସ୍ଥ୍ୟ ପାଇଁ ଅନେକ ଯୋଜନା ମୁଖ୍ୟମନ୍ତ୍ରୀ ପ୍ରସ୍ତୁତ କରିଥିବା କହିଛନ୍ତି। ୨୦୩୬ ମସିହା ବେଳକୁ ଓଡ଼ିଶା କିଭଳି ଅଗ୍ରଣୀ ରାଜ୍ୟରେ ପରିଣତ ହେବ ସେଥିପାଇଁ ମୁଖ୍ୟମନ୍ତ୍ରୀ ଅନେକ ରୋଡ୍ମ୍ୟାପ୍ ପ୍ରସ୍ତୁତ କରିଛନ୍ତି। ଆଜିର କାର୍ଯ୍ୟକ୍ରମରେ ହଜାର ହଜାର ମହିଳା ମାନଙ୍କୁ ଦେଖିବାକୁ ମିଳିଥିଲା । କ୍ରିଦାଶପୁର ପଞ୍ଚାୟତରେ ୧୪୦୦ ରୁ ଉର୍ଦ୍ଧ୍ୱ ଜନ ସାଧାରଣ ସମାଗମ ହୋଇଥିବା ଦେଖିବାକୁ ମିଳିଥିଲା । ପ୍ରତ୍ୟେକ ପଞ୍ଚାୟତରେ ପାଗ ଖରାପ ସତ୍ୱେ ଅନେକ ଜନତାଙ୍କୁ ଦେଖିବାକୁ ମିଳିଥିଲା । ପ୍ରତ୍ୟେକ ପଞ୍ଚାୟତର ଜିଲ୍ଲା ପରିଷଦ, ସରପଞ୍ଚ , ସମିତି ସଭ୍ୟ ଓ ବିଜେଡିର ବରିଷ୍ଠ କର୍ମକର୍ତ୍ତା ମାନେ ଯୋଗ ଦେଇଥିବାର ଦେଖିବାକୁ ମିଳିଛି ।