ନୟାଗଡ଼ ପୌରାଞ୍ଚଳର ୪ଗୋଟି ୱାର୍ଡରେ ବିକାଶର ବାର୍ତ୍ତା ଦେଲେ ଡ଼. ଅରୁଣ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ନୟାଗଡ଼ ପୌରାଞ୍ଚଳର ୪ଗୋଟି ୱାର୍ଡରେ ବିଜେଡି ପକ୍ଷରୁ ପ୍ରଚାରକୁ ଯୋରଦାର କରାଯାଇଛି । ନୟାଗଡ଼ ପୌରାଞ୍ଚଳର ୬, ୭, ୮, ୯ ୱାର୍ଡରେ ପ୍ରଚାର କରିଛନ୍ତି ନୟାଗଡ଼ ବିଜେଡି ବିଧାୟକ ପ୍ରାର୍ଥୀ ଡ. ଅରୁଣ କୁମାର ସାହୁ । ନୟାଗଡ଼ ପୌରାଞ୍ଚଳରେ ହୋଇଥିବା ଉନ୍ନତି ମୁଳକ କାର୍ଯ୍ୟର ଟିପଣୀ ରଖିଛନ୍ତି । ଏଥି ସହିତ ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ହୋଇଥିବା ବିକାଶର କଥା ସୁଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଦାସର୍ବଦା ନୟାଗଡ଼କୁ ଭଲ ପାଇ ଆସୁଛନ୍ତି । ନବୀନ ପଟ୍ଟନାୟକଙ୍କ ପାଇଁ ଆଜି ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିକାଶଶୀଳ ହୋଇଛି । ସାରା ଦେଶରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬ଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି । ନବୀନଙ୍କ ହାତ ମୁଠାକୁ ଟାଣ କରିବାକୁ ହେଲେ ଯୋଡ଼ି ଶଙ୍ଖରେ ଭୋଟ ଦେବା ପାଇଁ ସାଧାରଣ ଜନତାଙ୍କୁ ଉଦ୍‌ବୋଧନ ଦେଇଥିଲେ । ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ସାଧାରଣ ଜନତାଙ୍କୁ ଅବଗତ କରାଉଛନ୍ତି । ମଧୁବାବୁ ପେନ୍‌ସନ୍ ଯୋଜନାରେ ଭତ୍ତାକୁ ଦ୍ୱିଗୁଣିତ କରାଯାଇଛି ।

ଏଥି ସହିତ ଆଗାମୀ ଦିନରେ ମାଗଣା ବିଜୁଳି ଦିଆଯିବ ବୋଲି ପ୍ରକାଶ କରିଛନ୍ତି । ରାସ୍ତାଘାଟଠାରୁ ଆରମ୍ଭ କରି ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟଜଳ ଉପରେ ସରକାର ଗୁରୁତ୍ବ ଦେଇଛନ୍ତି। ଏହା ସହ ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ଅନେକ ବିକାଶ ମୁଳକ କାର୍ଯ୍ୟ ହୋଇଥିବା ପ୍ରକାଶ କରିଥିଲେ ବିଧାୟକ ପ୍ରାର୍ଥୀ ଅରୁଣ । ନିର୍ବାଚନ ନୁହେଁ ସାରା ବର୍ଷ ତମାମ ଆପଣ ମାନଙ୍କ ପାଖରେ ମୁଁ ରହି ଆସିଛି । ଲୋକଙ୍କ ସେବା ପାଇଁ ମୁଁ ସବୁବେଳେ ତତ୍ପର ଏବଂ କାର୍ଯ୍ୟ କରିବା ମୋର ଏକ ନିଶା ବୋଲି କହିଥିଲେ।ଏହି ବିଜୟ କେବଳ ମୋର ହେବନାହିଁ, ବରଂ ମୋ ଅଞ୍ଚଳବାସୀଙ୍କର ବିଜୟ ହେବ ବୋଲି କହିଥିଲେ । ଠିକ ସେହିପରି କୌଣସି ବିକାଶମୂଳକ କାର୍ଯ୍ୟକୁ ଯେପରି କଷ୍ଟ ସ୍ୱୀକାର କରି ନିର୍ମାଣ କରାଯାଇଥାଏ, ସନ୍ତାନକୁ ଜନ୍ମ ଦେଇଥିବା ମା ‘ହିଁ ବୁଝିପାରିବ। ଆଶା କରୁଛି ଆପଣ ସେ କଷ୍ଟକୁ ବୁଝିପାରିବେ।ସେ କଷ୍ଟକୁ ସହ୍ୟ କରିବା ଲାଗି ଶକ୍ତି ଓ ସାହସ ଯୋଗାଇଦେବେ ଓ ଯୋଡି ଶଙ୍ଖରେ ଆଶୀର୍ବାଦ କରି ନବୀନ ପଟ୍ଟନାୟକଙ୍କୁ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ କରି ସାରା ଭାରତବର୍ଷରେ ରେକର୍ଡ ସୃଷ୍ଟି କରିବେ ବୋଲି କହିଥିଲେ ଅରୁଣ।

ବିଜୁ ଜନତା ଦଳ ସରକାର ଗଠନ ପ୍ରଥମ ଦିନରେ ହିଁ ପ୍ରତ୍ୟେକ ଉପଭୋକ୍ତାଙ୍କୁ ୧୦୦ ୟୁନିଟ ମାଗଣା ବିଜୁଳି ସମେତ ସମସ୍ତଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଅନ୍ତର୍ଭୁକ୍ତ କରିବାକୁ ସଂକଳ୍ପ ନେଇଛି ବୋଲି ପ୍ରକାଶ କରିଛନ୍ତି।ଏଥି ସହିତ ଯୁବବର୍ଗଙ୍କ ପାଇଁ ଯୁବ ବଜେଟ ସହ କୃଷି, ଶିଳ୍ପ, ଶିକ୍ଷା, ସ୍ବାସ୍ଥ୍ୟ ପାଇଁ ଅନେକ ଯୋଜନା ମୁଖ୍ୟମନ୍ତ୍ରୀ ପ୍ରସ୍ତୁତ କରିଥିବା କହିଛନ୍ତି। ୨୦୩୬ ମସିହା ବେଳକୁ ଓଡ଼ିଶା କିଭଳି ଅଗ୍ରଣୀ ରାଜ୍ୟରେ ପରିଣତ ହେବ ସେଥିପାଇଁ ମୁଖ୍ୟମନ୍ତ୍ରୀ ଅନେକ ରୋଡ୍‌ମ୍ୟାପ୍ ପ୍ରସ୍ତୁତ କରିଛନ୍ତି। ଆଜିର ଏହି କାର୍ଯ୍ୟକ୍ରମରେ ନୟାଗଡ଼ ପୌରାଞ୍ଚଳର ପୌର ଉପଧ୍ୟକ୍ଷ ଗୁରୁପ୍ରସାଦ ଜେନାଙ୍କ ସମେତ ସମସ୍ତ ୱାର୍ଡର କାଉନସିଲର ମାନେ ଉପସ୍ଥିତ ରହିଥିଲେ । ଏଥି ସହିତ ସମସ୍ତ ୱାର୍ଡର ମହିଳାଙ୍କ ଠାରୁ ଆରମ୍ଭ କରି ବରିଷ୍ଠ ମାନେ ଉପସ୍ଥିତ ରହିଥିଲେ । ସବୁ ୱାର୍ଡରେ ଡ. ସାହୁଙ୍କୁ ବିପୁଳ ସ୍ୱାଗତ କରାଯାଇଥିଲା।

Related posts