ବିରୋଧୀ ଦଳକୁ ବଡ଼ ଝଟକା, ବିଜେଡିରେ ସାମିଲ ହେଲେ ବିଜେପି ନେତା

ନୟାଗଡ଼,(ନୟାଗଡ଼ ଦର୍ପଣ): ଆଉ ଦୁଇଦିନ ଅର୍ଥାତ ଆସନ୍ତା ୨୫ ତାରିଖରେ ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ହେବାକୁ ଯାଉଛି। ବିଜେଡି, ବିଜେପି ଓ କଂଗ୍ରେସ ଦଳ ମଧ୍ୟରେ ପ୍ରତିଦ୍ୱନ୍ଦିତା ହେବାକୁ ଯାଉଛି । ଏହାରି ମଧ୍ୟରେ ଅନେକ ବିରୋଧୀ ଦଳର ନେତା ବିଜେଡିରେ ସାମିଲ ହେଉଥିବା ଦେଖିବାକୁ ମିଳିଲାଣି । ଦିନକୁ ଦିନ ଶକ୍ତିଶାଳୀ ହେଉଛି ନୟାଗଡ଼ ବିଜେଡି । ବିରୋଧୀ ଦଳର ନେତା ମାନେ ନିଜ ଦଳ ତ୍ୟାଗ କରି ବିଜେଡିରେ ସାମିଲ ହେଉଛନ୍ତି । ବିରୋଧୀ ଦଳରୁ ଅନେକ ନେତା ବିଜେଡିରେ ଯୋଗ ଦେଲେଣି । ଦିନକୁ ଦିନ ଶକ୍ତିହୀନ ହେଉଛି ବିରୋଧୀ । ନିର୍ବାଚନ ଯେତିକି ପାଖେଇ ଆସୁଛି ବିଜୁ ଜନତା ଦଳ ସେତିକି ଶକ୍ତିଶାଳୀ ହେବାରେ ଲାଗିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେଉଛନ୍ତି ବିରୋଧୀ ନେତା । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ନୀତି ଆଦର୍ଶ ଓ ବିକାଶ ମୁଳକ କାର୍ଯ୍ୟରେ ସନ୍ତୁଷ୍ଟ ହୋଇ ଅନେକ ବିରୋଧୀ ନେତା ବିଜେଡିରେ ଯୋଗ ଦେଉଛନ୍ତି । ନୟାଗଡ଼ ବ୍ଲକ ଅନ୍ତର୍ଗତ ବିରୁଡ଼ା ଗ୍ରାମ ପଞ୍ଚାୟତର ବିରୁଡ଼ା ଗ୍ରାମର ବିରୋଧୀ ଦଳର ନେତା ଦେବରାଜ ପୃଷ୍ଟି, ରାଜକିଶୋର ପୃଷ୍ଟି, ପଠାଣି ମୁଦୁଲି, ମହେଶ୍ୱର ମୁଦୁଲି, ନିତ୍ୟାନନ୍ଦ ମହାରଣା, ପ୍ରହଲ୍ଲାଦ ବେହେରା ଓ ବିଜୟ ମୁଦୁଲି ପ୍ରମୁଖ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଓ ବରିଷ୍ଠ ବିଜେଡି ନେତ୍ରୀ ଇରାନୀ ରାୟ ସେମାନଙ୍କୁ ବିଜୁ ଜନତା ଦଳ ତରଫରୁ ସ୍ୱାଗତ କରିଛନ୍ତି । ନବୀନ ପଟ୍ଟନାୟକ ଜିନ୍ଦାବାଦ, ଶଙ୍ଖ ଚିହ୍ନ ଜିନ୍ଦାବାଦ, ବିଜେଡି ଜିନ୍ଦାବାଦ, ଅରୁପ ପଟ୍ଟନାୟକ ଜିନ୍ଦାବାଦ, ଅରୁଣ ସାହୁ ଜିନ୍ଦାବାଦ ଓ ଆମ ପାଇଁ ବଡ଼ ଆମ ନୟାଗଡ଼ର ଶ୍ଳୋଗାନ ଦେଇଥିଲେ । ଏହି ମିଶ୍ରଣ ପର୍ବରେ ଜିଲ୍ଲା ପରିଷଦ ସଭ୍ୟ ସୁବାଷ କଅଁର, ବିରୁଡ଼ା ଗ୍ରାମ ପଞ୍ଚାୟତର ସମିତି ସଭ୍ୟାଙ୍କ ପ୍ରତିନିଧି ରଞ୍ଜନ କୁମାର ଲେଙ୍କା ଓ ଛାତ୍ର ନେତା ରଞ୍ଜିତ କୁମାର ପଲେଇ ପ୍ରମୁଖ ଯୋଗ ଦେଇଥିଲେ । ଆଗାମୀ ଦିନରେ ବିଜୁ ଜନତା ଦଳକୁ ଶକ୍ତିଶାଳୀ କରିବାକୁ ଆହ୍ୱାନ ଦେଇଛନ୍ତି ।

Related posts